banner
Breaking

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା

0

ଭୁବନେଶ୍ୱର,୧୧।୧(ବ୍ୟୁରୋ) : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢୀ ନିର୍ବାଚନର କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି ।

ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନଙ୍କ ଘୋଷଣା ଅନୁସାରେ, ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ଜାନୁୟାରୀ ୧୩ରେ ବିଜ୍ଞପ୍ତି ପ୍ରକାଶ ପାଇବ । ଜାନୁୟାରୀ ୧୭ରୁ ୨୧ ତାରିଖ ମଧ୍ୟରେ ପ୍ରାର୍ଥୀପତ୍ର ଦାଖଲ କରାଯିବ । ଏହାପରେ ୨୨ ତାରିଖରେ ପ୍ରାର୍ଥୀ ପତ୍ର ଯାଞ୍ଚ ହେବ। ପ୍ରାର୍ଥୀ ୨୨ରୁ ୨୫ ତାରିଖ ମଧ୍ୟରେ ପ୍ରାର୍ଥୀ ପତ୍ର ପ୍ରତ୍ୟାହାର କରିପାରିବେ । ଶେଷରେ ୨୫ ତାରିଖରେ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ । ତେବେ ନିର୍ବାଚନ ପାଇଁ ମୋଟ୍‌ ୧୪୨ କୋଟି ଟଙ୍କାର ବଜେଟ୍‌ ରହିଛି । ଦେଢ ଲକ୍ଷ କର୍ମଚାରୀ ମଧ୍ୟ ନିର୍ବାଚନରେ ନିୟୋଜିତ ହେବ ।

Khansweb Solution Bhubaneswar

Leave A Reply

Your email address will not be published.