banner
Breaking

ଭାରତ ବିଶ୍ୱ ଉର୍ଜା ଚାହିଦାର କେନ୍ଦ୍ର ବିନ୍ଦୁ ହେବ : ଧର୍ମେନ୍ଦ୍ର ପ୍ରଧାନ

0

ନୂଆଦିଲ୍ଲୀ :  ଆଗାମୀ ଦଶକ ଗୁଡିକରେ ଭାରତ ବିଶ୍ୱ ଉର୍ଜା ଚାହିଦାର କେନ୍ଦ୍ର ବିନ୍ଦୁ ହେବ ବୋଲି ନୂଆଦିଲ୍ଲୀ ଠାରେ ଇଣ୍ଡିଆନ୍ ଏନର୍ଜୀ ଫୋରମ୍ ର ଅନ୍ତରାଷ୍ଟ୍ରୀୟ କାର୍ଯ୍ୟକ୍ରମକୁ ଉଦଘାଟନ କରିବା ଅବସରରେ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଶ୍ରୀ ପ୍ରଧାନ କହିଛନ୍ତି ଆଜି ଦିନରେ ଆମେରିକା ଓ ଚୀନ୍ ପରେ ଭାରତ ବିଶ୍ୱର ତୃତୀୟ ବୃହତ ଉର୍ଜା ବ୍ୟବହାରକାରୀ ରାଷ୍ଟ୍ର ।

ଭାରତ ବିଶ୍ୱର ଷଷ୍ଠ ବୃହତ୍ ଅର୍ଥନୀତି ହୋଇଥିବା ବେଳେ ଉର୍ଜା ବ୍ୟବହାର କ୍ଷେତ୍ରରେ ତୃତୀୟ ସ୍ଥାନରେ ରହିବ ;ଭାରତ ଆଗାମୀ ଦିନରେ ବିଶ୍ୱ ଉର୍ଜା ବ୍ୟବହାର ନେତୃତ୍ୱ ନେବା ସମ୍ଭାବନାର ପ୍ରମାଣ ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାଇବ୍ରାଂଟ ଗଣତନ୍ତ୍ର , ସ୍ଥିର ସରକାର ଓ ନୀତି , ଅର୍ଥନୈତିକ ସଂସ୍କାର ଆଧାରିତ ଅର୍ଥ ବ୍ୟବସ୍ଥା , ଦୃଢ ଢାଂଚାଗତ ବ୍ୟବସ୍ଥା ଓ ସର୍ବୋପରି ଉଚ୍ଚାଭିଳାଷୀ ଭାରତୀୟ ସମାଜ ଓ ଯୁବପୀଢୀ ପାଇଁ ଦେଶ ୫ ମିଲିୟନ୍ ଆମେରିକୀୟ ଡଲାର ଅର୍ଥବ୍ୟବସ୍ଥା ଆଡକୁ ଦ୍ରୁତ ଅଗ୍ରସର ହେଉଛି ।

ଏହି ଦ୍ରୁତ ଅଭିବୃଦ୍ଧି ଅଭିମୁଖୀ ଭାରତୀୟ ଅର୍ଥ ବ୍ୟବସ୍ଥାରେ ଉର୍ଜା କ୍ଷେତ୍ର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେବ ।

ଶ୍ରୀ ପ୍ରଧାନ କହିଛନ୍ତି ଭାରତରେ ଉତମ ବ୍ୟବସାୟ ବାତାବରଣ ଥିବା କାରଣରୁ ବିଶ୍ୱର ଆଗୁଆ ତୈଳ ଓ ଗ୍ୟାସ୍ କ୍ଷେତ୍ରର କମ୍ପାନୀମାନେ ଏଠାରେ ପୁଂଜି ନିବେଶ କରିବାକୁ ଆଗ୍ରହ ପ୍ରକାଶ କରୁଛନ୍ତି ।

ଏଥିପାଇଁ ଦେଶର ଦ୍ରୁତ ଆର୍ଥିକ ବିକାଶ ଦିଗରେ ତୈଳ ଓ ଗ୍ୟାସ୍ କ୍ଷେତ୍ରରେ ବଡ ଯୋଗଦାନ ହେବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।

ଶ୍ରୀ ପ୍ରଧାନ କହିଛନ୍ତି ଭାରତକୁ କମ୍ କାର୍ବନ ନିଗର୍ମନ ଅର୍ଥ ବ୍ୟବସ୍ଥା କରିବାପାଇଁ ତଥା ଉର୍ଜାର ନିରନ୍ତର ଆବଶ୍ୟକତା ପୂରଣ ପାଇଁ ମୋଦି ସରକାର ଭାରତକୁ ଗ୍ୟାସ୍ ଆଧାରିତ ଅର୍ଥନୀତି କରିବାପାଇଁ ଯୋଜନାବଦ୍ଧ ଉଦ୍ୟମ ଜାରୀ ରଖିଛନ୍ତି ।

ଶ୍ରୀ ପ୍ରଧାନ କହିଛନ୍ତି ଆଜି ଦିନରେ ଭାରତର ମୁଣ୍ଡପିଛା କାର୍ବନ ଗ୍ୟାସ୍ ନିଗର୍ମନ ବିଶ୍ୱର ହାରାହାରି ହାର ଠାରୁ କମ୍ ରହିଛି ।

ଭାରତକୁ ଗ୍ୟାସ୍ ଆଧାରିତ ଅର୍ଥବ୍ୟବସ୍ଥା କରିବାପାଇଁ ୬୦ ନିୟୁତ ଆମେରିକୀୟ ଡଲାର ବ୍ୟୟ ବରାଦରେ ଗ୍ୟାସ୍ ଭିତିଭୂମି ଯଥା ଗ୍ୟାସ୍ ପାଇପ୍ ଲାଇନ୍ , ଟର୍ମିନାଲ , ସିଟି ଗ୍ୟାସ୍ ବିତରଣ ବ୍ୟବସ୍ଥା ଆଦି ବିଭିନ୍ନ କାର୍ଯ୍ୟ କ୍ରିୟାନ୍ୱୟନ ଚାଲିଛି ।

ଉର୍ଜାର ନିରନ୍ତର ଯୋଗାଣ ସୁନିଶ୍ଚିତ କରିବାପାଇଁ ଜୈବ ଉର୍ଜା ଉପରେ ଭାରତ ସରକାର ଯଥେଷ୍ଟ ଗୁରୁତ୍ୱ ଦେଉଛନ୍ତି ।

ଦେଶର ନୂଆ ଜୈବ ଉର୍ଜା ନୀତି ଦେଶର ଅନ୍ନଦାତା କୃଷକଙ୍କୁ ଉର୍ଜାଦାତା କରିବାପାଇଁ ବିଧିବଦ୍ଧ ଯୋଜନା କ୍ରିୟାନ୍ୱିତ କରୁଛି ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।

Khansweb Solution Bhubaneswar

Leave A Reply

Your email address will not be published.