banner
Breaking

ନୀଳାଦ୍ରିବିହାର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକ ଉତ୍ସବ

0

ଭୁବନେଶ୍ୱର : ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନ ଅଧିନରେ ସେକ୍ଟର ତିନି ଠାରେ ଚାଲୁଥିବା ନୀଳାଦ୍ରି ବିହାର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକ ଉତ୍ସବ ନୀଳାଦ୍ରି ବିହାର ଦୁର୍ଗା ପଡିଆ ଠାରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ପ୍ରତିଷ୍ଠାତା ଦୀନବନ୍ଧୁ ସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ, ମୁଖ୍ୟବକ୍ତା ଭାବେ ପଟିଆ ମଧୁସୂଦନ ଦେବ ଡିଗ୍ରି କଲେଜର ଅଧ୍ୟକ୍ଷ ପ୍ରଶାନ୍ତ ରାଉତ, ସମ୍ମାନିତ ଅତିଥି ଭାବେ ରାଜ୍ୟ ମତ୍ସ୍ୟ ଉନ୍ନୟନ ନିଗମର ଅଧ୍ୟକ୍ଷ ସୁବାସ ଚନ୍ଦ୍ର ପାତ୍ର, ୧୪ ନମ୍ବର ଓାର୍ଡର କର୍ପୋରେଟର ମୋନାଲିସା ସାହୁ, ୬ ନମ୍ବର କର୍ପୋରେଟର ପ୍ରୀତିନନ୍ଦା ରାଉତରାୟ, ଶିକ୍ଷାବିତ ଚିତ୍ତରଞ୍ଜନ ଦାସ, ଡ ମନୋଜ କୁମାର ଦାସ ପ୍ରମୁଖ ଯୋଗଦେଇ ବିଦ୍ୟା ମନ୍ଦିରର ସଂସ୍କରାତ୍ମକ ଶିକ୍ଷାଦାନ ପଦ୍ଧତିକୁ ପ୍ରଶଂସା କରିଥିଲେ । ଏଥି ସହିତ ପିଲା ମାନେ ଭଲ ପାଠପଢି ବଡ ମାଣିଷ ହୋଇ ବିଦ୍ୟାଳୟର ନାମ ଟେକ ରଖିବା ପାଇଁ ପରାମର୍ଶ ଦେଇଥିଲେ । ଏହି ଅବସରରେ ପିଲାମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯୂକ୍ରମ ଅନୁଷ୍ଠିତ ହୋଇଥିଲା । କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା । ସାମ୍ବାଦିକ ସୁକାନ୍ତ ରାଉତ ଅତିଥି ପରିଚୟ ପ୍ରଦାନ କରିଥିଲେ । ବିଦ୍ୟା ମନ୍ଦିରର ଗୁରୁଜୀ ଗୁରୁମା ସହଯୋଗ କରିଥିଲା ବେଳେ ବରିଷ୍ଠ ଗୁରୁମା ଦମୟତୀ ସିଂହ ଧନ୍ୟବାଦ ଅର୍ପଣ କରିଥିଲେ ।

Khansweb Solution Bhubaneswar

Leave A Reply

Your email address will not be published.