ମନ୍ତ୍ରୀ ପଦ୍ମିନୀ ଦିଆନଙ୍କୁ କରୋନା।
ଭୁବନେଶ୍ବର : ହସ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି। ମନ୍ତ୍ରୀ ବର୍ତ୍ତମାନ ହୋମ୍ ଆଇସୋଲେସନରେ ରହିଥିବା ସୂଚନା ମିଳିଛି। କରୋନାରେ ସଂକ୍ରମିତ ହେବାପରେ ସେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନଙ୍କୁ ତୁରନ୍ତ କରୋନା ପରୀକ୍ଷା କରାଇନେବାକୁ ପରାମର୍ଶ ଦେଇଛନ୍ତି।