banner
Breaking

ରାଜଧାନୀକୁ ଫେରିଲା କଣ୍ଟେନମେଣ୍ଟ।

0

ଭୁବନେଶ୍ୱର,୬ା୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରକୁ ପୁଣି ଫେରିଛି କଣ୍ଟେନମେଣ୍ଟ। ଫରେଷ୍ଟ ପାର୍କ ଅଞ୍ଚଳର ୫୨ ନମ୍ବର ଓ୍ବାର୍ଡ ରାଜେନ୍ଦ୍ର ବିହାର ଆପାର୍ଟମେଣ୍ଟକୁ କଣ୍ଟେନ୍‌ମେଣ୍ଟ ଘୋଷଣା କରିଛି ବିଏମ୍‌ସି। ଏହି ଆପାର୍ଟମେଣ୍ଟର ୧୦ଟି ଫ୍ଲାଟ୍‌କୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଭାବେ ଘୋଷଣା କରାଯାଇଛି। ସଂପୃକ୍ତ ଅଞ୍ଚଳରୁ କେହି ଆସିପାରିବେନି କିମ୍ବା ସେଠାକୁ ଯାଇପାରିବେନି ବୋଲି ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ କରୋନା ତଳମୁହାଁ ହୋଇଥିଲେ ଖୋର୍ଦ୍ଧା ଜିଲାରୁ ପ୍ରତିଦିନ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଆଜି ରାଜ୍ୟରୁ ୫୯୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କେବଳ ଖୋର୍ଦ୍ଧା ଜିଲାରୁ ୨୯୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଗକୁ ଆସୁଛି ପାର୍ବଣ ଋତୁ। ତେଣୁ ସଂକ୍ରମଣ ବଢ଼ିବା ଆଶଙ୍କାରେ ବିଏମ୍‌ସି ପକ୍ଷରୁ ଏପରି ପଦକ୍ଷେପ ଗ୍ରହଣ କରାଯାଇଛି।

Khansweb Solution Bhubaneswar

Leave A Reply

Your email address will not be published.