ଭୁବନେଶ୍ୱର,୧୨/୧(ଓଡ଼ିଆ ନ୍ୟୁଜ):ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ବଡ଼ ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଟ୍ରିକ୍ ପରୀକ୍ଷା ଫି’ ଛାଡ଼ ନେଇ ଘୋଷଣା କରିଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି କରାଯାଇଥିବା ପ୍ରେସ୍ ବିଜ୍ଞପ୍ତିରେ ଦର୍ଶାଯାଇଛି ଯେ ଛାତ୍ର ସମାଜର ବୃହତର ସ୍ବାର୍ଥକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା ପରିଚାଳିତ ହେବାକୁ ଥିବା ମାଟ୍ରିକ ପରୀକ୍ଷା ନିମନ୍ତେ ଛାତ୍ରଛାତ୍ରୀମାନଙ୍କ ପରୀକ୍ଷା ଫିସ୍ ଛାଡ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦେଶ ଦେଇଛନ୍ତି। ଏହାଦ୍ବାରା ୬ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ। ଏ ବାବଦରେ ରାଜ୍ୟ ସରକାର ୨୭ କୋଟି ଟଙ୍କା ବ୍ୟୟଭାର ବହନ କରିବେ। ପ୍ରତି ଛାତ୍ରଛାତ୍ରୀଙ୍କୁ ମାଟ୍ରିକ ପରୀକ୍ଷା ନିମନ୍ତେ ୪୨୦ ଟଙ୍କା ଲେଖାଏଁ ଫିସ୍ ଦେବାକୁ ପଡିଥାଏ। କରୋନା ମହାମାରୀ ପରିପ୍ରେକ୍ଷୀରେ ୨୦୨୦-୨୧ ଶିକ୍ଷା ବର୍ଷ ବିଶେଷ ଭାବରେ ପ୍ରଭାବିତ ହୋଇଛି। ଦୀର୍ଘ ୯ ମାସ କାଳ ସ୍କୁଲ ବନ୍ଦ ରହିବା ପରେ ଜାନୁଆରୀ ୮ ତାରିଖରୁ କେବଳ ଦଶମ ଓ ଦ୍ବାଦଶ ଶ୍ରେଣୀକୁ କୋଭିଡ ନିୟମ ପାଳନ କରି ଖୋଲାଯାଇଛି। ଛାତ୍ରଛାତ୍ରୀମାନଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ତଥା ପାଠ୍ୟକ୍ରମରେ ବିଭିନ୍ନ ବିଷୟରେ ଥିବା ସନ୍ଦେହ ଦୂର କରିବା ପାଇଁ କ୍ଲାସ କରାଯାଉଛି। କରୋନା ଯୋଗୁ ବହୁ ଲୋକଙ୍କର ଜୀବନଜୀବିକା ମଧ୍ୟ ପ୍ରଭାବିତ ହୋଇଛି । ମୁଖ୍ୟମନ୍ତ୍ରୀଙ୍କର ଏହି ନିଷ୍ପତ୍ତି ଫଳରେ ଅର୍ଥାଭାବରୁ କୌଣସି ଛାତ୍ରଛାତ୍ରୀ ପରୀକ୍ଷା ଦେବାରୁ ବଞ୍ଚିତ ହେବେ ନାହିଁ ବୋଲି କୁହାଯାଇଛି।
Breaking
ଓଡିଶାରେ ଡିଜିଟାଲ ମିଡ଼ିଆ ଓନର୍ସ ଆସୋସିଏସନ୍ ଗଠିତ, ଭୁବନେଶ୍ୱର ଠାରେ ଲୋଗୋ ଉନ୍ମୋଚିତ, ସମସ୍ତ ମାଲିକ ଓ ସମ୍ପାଦକ ସାମିଲ ହେବାକୁ ଆହ୍ୱାନକୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍
