banner
Breaking

୨୯ ତାରିଖ ବୁଧବାର ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ।

0

ଭୁବନେଶ୍ୱର,୨୭/୭(ଓଡ଼ିଆ ନ୍ୟୁଜ) : ଆସନ୍ତା ୨୯ ତାରିଖ ବୁଧବାର ଦିନ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ। ଏ ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୋମବାର ମଧ୍ୟାହ୍ନ ୧୨ଟାରେ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ବୋର୍ଡର ୨ଟି ୱେବ୍‌ସାଇଟ୍‌ ଏବଂ ଏସଏମଏସ ଜରିଆରେ ଛାତ୍ରଛାତ୍ରୀମାନେ ନିଜର ଫଳାଫଳ ଜାଣିପାରିବେ ବୋଲି ମନ୍ତ୍ରୀ ଦାଶ କହିଛନ୍ତି। ସେହିପରି ଅଗଷ୍ଟ ଶେଷ ଆଡକୁ ଯୁକ୍ତ ୨ ରେଜଲ୍ଟ ପ୍ରକାଶ ପାଇପାରେ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ଚଳିତବର୍ଷ ଫେବୃୟାରୀ ୧୯ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିଲା। ରାଜ୍ୟରେ ୨୮୮୮ କେନ୍ଦ୍ରରେ ମୋଟ ୫ଲକ୍ଷ ୬୦ ହଜାର ୯୦୫ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ।

Khansweb Solution Bhubaneswar

Leave A Reply

Your email address will not be published.