banner
Breaking

ପ୍ରକାଶ ପାଇଲା ଯୁକ୍ତ ଦୁଇ କଟ୍ ଅପ ମାର୍କ। ରେଭେନ୍ସା ତିନୋଟି ଷ୍ଟ୍ରିମରେ ଆଗରେ।

0

ଭୁବନେଶ୍ୱର : ଆଜି ପ୍ରକାଶ ପାଇଛି ଯୁକ୍ତ ୨ ନାମଲେଖାର ପ୍ରଥମ କଟ ଅଫ ମାର୍କ । ତିନୋଟି ଷ୍ଟ୍ରିମରେ ରେଭେନ୍ସା ହାଇଅର ସେକେଣ୍ଡାରୀ ସ୍କୁଲ ସର୍ବାଧିକ କଟ ଅଫ ମାର୍କରେ ରହିଛି। କଳାରେ ୭୯.୦୩%, ବାଣିଜ୍ୟରେ ୮୨% ଏବଂ ବିଜ୍ଞାନରେ ୯୧.୩୩% ସହ ଆଗରେ ରହିଛି ରେଭେନ୍ସା । ବିଜ୍ଞାନରେ ଭୁବନେଶ୍ୱରର ବକ୍ସି ଜଗବନ୍ଧୁ ହାଇଅର ସେକେଣ୍ଡାରୀ ସ୍କୁଲ ୯୦.୬୭%, ଗଞ୍ଜାମର ସରସ୍ୱତୀ ବିଦ୍ୟା ମନ୍ଦିର ହାଇଅର ସେକେଣ୍ଡାରୀ ସ୍କୁଲ, ନୀଳକଣ୍ଠ ନଗର ୮୭.୮୩%, ଉପେନ୍ଦ୍ରନାଥ ହାଇଅର ସେକେଣ୍ଡାରୀ ସ୍କୁଲ ୮୭.୦୫%, ଫକୀର ମୋହନ ହାଇଅର ସେକେଣ୍ଡାରୀ ସ୍କୁଲ ୮୬.୮୩%, ଖୋର୍ଦ୍ଧାର ବେସିକ୍ ସାଇନ୍ସ ଆଣ୍ଡ ହ୍ୟୁମାନିଟିସ୍ ହାଇଅର୍ ସେକେଣ୍ଡାରୀ ସ୍କୁଲ ୮୬.୬୭%, ନୟାଗଡ ହାଇଅର ସେକେଣ୍ଡାରୀ ସ୍କୁଲ ୮୫.୬୭%, କଟକର ଜାତୀୟ କବି ବୀର କିଶୋର ସରକାରୀ ହାଇଅର ସେକେଣ୍ଡାରୀ ସ୍କୁଲ ୮୫.୫%, ଗଞ୍ଜାମର ଖଲ୍ଲିକୋଟ ହାଇଅର ସେକେଣ୍ଡାରୀ ସ୍କୁଲ ୮୫% ଏବଂ ରମାଦେବୀ ମହିଳା ହାଇଅର୍ ସେକେଣ୍ଡାରୀ ସ୍କୁଲ ୮୪.୬୭% ।
ଅଗଷ୍ଟ ୧୨ ତାରିଖ ରୁ ଯୁକ୍ତ୨ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ସେପ୍ଟେମ୍ବର ୫ ତାରିଖ ପର୍ଯ୍ୟନ୍ତ ଚାଲିଥିଲା ଆବେଦନ । ଆଜି ମେରିଟ ଲିଷ୍ଟ ପ୍ରକାଶ ପରେ ୧୪ ରୁ ୨୧ ତାରିଖ ମଧ୍ୟରେ ନାମଲେଖା ହେବ । ସେହିପରି ଦ୍ବିତୀୟ ପର୍ଯ୍ୟାୟ କଟ୍ ଅଫ୍ ୨୭ ତାରିଖରେ ବାହାରିବା ପରେ ୨୯ ରୁ ଅକ୍ଟୋବର ୧ ତାରିଖ ମଧ୍ୟରେ ନାମଲେଖା ହେବ । ଏହି ଦୁଇଟି ପର୍ଯ୍ୟାୟ ନାମଲେଖା ପରେ ବଳକା ସିଟ ପାଇଁ ଅକ୍ଟୋବର ୪ ରେ ତାଲିକା, ୫ ସୁଦ୍ଧା ପଞ୍ଜିକରଣ ଏବଂ ମେରିଟ ଲିଷ୍ଟ ପରେ ଅକ୍ଟୋବର ୭ ତାରିଖରେ ହେବ ନାମଲେଖା । ତେବେ ଏଥର ପ୍ରାୟ ୫ ଲକ୍ଷ ଯୁକ୍ତ ଦୁଇ ସିଟ୍ ପାଇଁ ଆବେଦନ କରିଥିଲେ ୪ଲକ୍ଷ ୭୧,୬୧୨ ଜଣ ଛାତ୍ରଛାତ୍ରୀ ।  www.samsodisha.gov.in ପୋର୍ଟାଲରେ ଉପଲବ୍ଧ ହେବ ତାଲିକା ।

Khansweb Solution Bhubaneswar

Leave A Reply

Your email address will not be published.