banner
Breaking

ବରିଷ୍ଠ ନେତ୍ରୀ ଶିଲା ଦିକ୍ଷିତ ଆଉ ନାହାନ୍ତି

0

ଦିଲ୍ଲୀ,(ଓଡ଼ିଆ ନ୍ୟୁଜ୍ ): କଂଗ୍ରେସର ବରିଷ୍ଠ ନେତ୍ରୀ ତଥା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଶୀଲା ଦୀକ୍ଷିତଙ୍କ ପରଲୋକ ଘଟିଛି। ୮୧ ବର୍ଷ ବୟସରେ ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ଘଟିଛି। କିଛି ଦିନ ହେବ ଶୀଲା ଅସୁସ୍ଥ ଥିଲେ। ତାଙ୍କ ସ୍ୱାସ୍ଥ୍ୟ ଗୁରୁତର ହେବାରୁ ଶୁକ୍ରବାର ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

୧୯୯୮ରୁ ୨୦୧୩ ପର୍ଯ୍ୟନ୍ତ ୩ଥର ଅର୍ଥାତ ୧୫ ବର୍ଷ କାଳ ସେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଥିଲେ। ତାଙ୍କ ଶାସନ କାଳ ସମୟରେ ଦିଲ୍ଲୀରେ ମେଟ୍ରୋ ଟ୍ରେନ ଚାଲିବା ସହ ଅନେକ ଭିତ୍ତିଭୂମିର ବିକ‌ାଶ ହୋଇଥିଲା। ୨୦୧୪ରେ କିଛି ଦିନ ପାଇଁ କେରଳର ରାଜ୍ୟପାଳ ଦାୟିତ୍ୱ ମଧ୍ୟ ସେ ତୁଲାଇଥିଲେ।

Khansweb Solution Bhubaneswar

Leave A Reply

Your email address will not be published.