banner
Breaking

5T ସଚିବଙ୍କ ବେଦବ୍ୟାସ ପୀଠ ପରିଦର୍ଶନ .

0

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟମନ୍ତ୍ରୀ ଙ୍କ ସଚିବ 5T ଶ୍ରୀ ଭି କେ ପାଣ୍ଡିଆନ୍ ଆଜି ରାଉରକେଲା ନିକଟସ୍ଥ ବେଦବ୍ୟାସ ପୀଠ ପରିଦର୍ଶନ କରିଥିଲେ. 5T ଉପକ୍ରମ ରେ ପୀଠର ବିକାଶ ସମ୍ପର୍କରେ ଟ୍ରଷ୍ଟ ବୋର୍ଡ ର ସଭ୍ୟ .ସେବାୟତ ,ଏବଂ ସ୍ଥାନୀୟ ଜନସାଧାରଣଙ୍କ ସହ ଶ୍ରୀ ପାଣ୍ଡିଆନ୍ ଆଲୋଚନା କରି ଥିଲେ . ପନ୍ଦର ଦିନ ମଧ୍ୟରେ
ଏ ସମ୍ପର୍କରେ ଏକ ବିସ୍ତ୍ରୁତ ଯୋଜନା ପ୍ରସ୍ତୁତ କରି ମୁଖ୍ୟମନ୍ତ୍ରୀ ଙ୍କ ଅନୁମୋଦନ ନିମନ୍ତେ ଉପସ୍ଥାପନ କରିବାକୁ ଜିଲ୍ଲା ପାଳ ଙ୍କୁ ଶ୍ରୀ ପାଣ୍ଡିଆନ୍ କହିଥିଲେ.
ଏହି ଆଲୋଚନାରେ ମୁଖ୍ୟତଃ ସ୍ଵର୍ଗଦ୍ଵାର ର ବିକାଶ , ନଦୀ ସମୁଖ ଭାଗ ର ଉନ୍ନତିକରଣ, ଯାତ୍ରୀ ମାନଙ୍କ ପାଇଁ ବିଭିନ୍ନ ଭିତ୍ତିଭୂମି ସୁବିଧା ର ବିକାଶ ,ଯାତ୍ରୀ ନିବାସ ନିର୍ମାଣ ଏବଂ light and sound show ବ୍ୟବସ୍ଥା ଉପରେ ଆଲୋକପାତ କରାଯାଇଥିଲା .
ବେଦ ବ୍ଯାସ ଓଡ଼ିଶାର ଏକ ପ୍ରମୁଖ ତୀର୍ଥ ସ୍ଥାନ .
ପ୍ରତିଦିନ ରାଜ୍ୟ ତଥା ରାଜ୍ୟ ବାହାରୁ ଅନେକ ଯାତ୍ରୀ ଏ ପୀଠ କୁ ଆସିଥାନ୍ତି .ତେଣୁ ଏ ପୀଠର ସର୍ବାଙ୍ଗୀନ ଉନ୍ନତି ପାଇଁ ରାଜ୍ୟ ସରକାର ନିଷ୍ଠା ର ସହ ଉଦ୍ୟମ ଜାରି ରଖିଛନ୍ତି ବୋଲି ଶ୍ରୀ ପାଣ୍ଡିଆନ୍ ପ୍ରକାଶ କରିଥିଲେ .ଏ ପୀଠର ରୂପାନ୍ତର କରି ଏହାକୁ ଅଧିକ ଆକର୍ଷଣୀୟ କରିବା ପାଇଁ ସରକାର ଙ୍କ ଉଦ୍ୟମ ଜାରି ରହିବ ବୋଲି ସେ କହିଥିଲେ .
ଏହି ପରିଦର୍ଶନ ସମୟରେ ସୁନ୍ଦରଗଡ଼ ଜିଲ୍ଲାପାଳ ଶ୍ରୀ ପରାଗ ଗଭାଲି ରାଉରକେଲା Municipal commisioner ଶ୍ରୀ ଶୁଭଙ୍କର ମହାପାତ୍ର ପ୍ରମୂଖ ଉପସ୍ଥିତ ଥିଲେ।

Khansweb Solution Bhubaneswar

Leave A Reply

Your email address will not be published.