ଭୁବନେଶ୍ଵର,୭।୬(ଓଡ଼ିଆ ନ୍ୟୁଜ): ରାଜ୍ୟରେ ପୁଣି ୭୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୮୫୬ରେ ପହଞ୍ଚିଛି । ସେହିପରି କରୋନାରେ ଆଉ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ସୂଚନା ଦେଇଛି । ଏହି ମୃତକଙ୍କୁ ମିଶାଇ ମୋଟ ମୃତକଙ୍କ ସଂଖ୍ୟା ୯ରେ ପହଞ୍ଚିଛି ।
ଆଜି ଚିହ୍ନଟ ୭୫ ଜଣ ରାଜ୍ୟର ୧୬ ଜିଲାରୁ ହୋଇଥିବା ଜଣାପଡ଼ିଛି । ଏମାନଙ୍କ ମଧ୍ୟରେ ସର୍ବାଧିକ ଖୋର୍ଧା ଓ ସୁନ୍ଦରଗଡ଼ ଜିଲାର ହୋଇଥିବା ସୂଚନା ମିଳିଛି । ଏହି ଦୁଇ ଜିଲାରୁ ୧୮ ଜଣ ଲେଖାଏଁ ସଂକ୍ରମିତ ଠାବ ହୋଇଥିବାବେଳେ ଯାଜପୁରରୁ ୭, କଟକ ଓ ବଲାଙ୍ଗିରରୁ ୫ ଜଣ ଲେଖାଏଁ, ନୟାଗଡ଼ରୁ ୪, ସୋନପୁର ଓ କେନ୍ଦ୍ରାପଡ଼ାରୁ ୩ ଜଣ ଲେଖାଏଁ, ଅନୁଗୋଳ, ଢ଼େଙ୍କାନାଳ, କୋରାପୁଟ, ଜଗତସିଂହପୁରରୁ ୨ ଜଣ ଲେଖାଏଁ ଅଛନ୍ତି । ନୂଆପଡ଼ା, ପୁରୀ, ଗଞ୍ଜାମ ଓ କେନ୍ଦୁଝରରୁ ଜଣେ ଲେଖାଏ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂତନ ସଂକ୍ରମିତଙ୍କ ମଧ୍ୟରୁ ୭୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ୩ ଜଣ ସ୍ଥାନୀୟ ସଂକ୍ରମଣର ଶିକାର ହୋଇଛନ୍ତି ।
ରାଜ୍ୟରେ ମୃତ୍ୟୁବରଣ କରିଥିବା ବ୍ୟକ୍ତି ଗଞ୍ଜାମ ଜିଲାର । ତାଙ୍କର ବୟସ ୫୫ ବର୍ଷ । ସଂକ୍ରମିତ ଜଣାପଡ଼ିବା ପରେ ତାଙ୍କୁ କୋବିଦ ଡ଼ାକ୍ତରଖାନାରେ ଚିକିତ୍ସା କରାଯାଉଥିଲା । ତେବେ ସେ ଅନ୍ୟାନ୍ୟ ରୋଗରେ ପୀଡ଼ିତ ଥିଲେ ବୋଲି ସ୍ବାସ୍ଥ୍ୟ ବିଭାଗ ସୂତ୍ରରୁ ଜଣାପଡ଼ିଛି ।
Breaking
ଓଡିଶାରେ ଡିଜିଟାଲ ମିଡ଼ିଆ ଓନର୍ସ ଆସୋସିଏସନ୍ ଗଠିତ, ଭୁବନେଶ୍ୱର ଠାରେ ଲୋଗୋ ଉନ୍ମୋଚିତ, ସମସ୍ତ ମାଲିକ ଓ ସମ୍ପାଦକ ସାମିଲ ହେବାକୁ ଆହ୍ୱାନକୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍
