ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।
ମେଷ:-ଆଜି ଯାହା ଚାହୁଁଛନ୍ତି ତାହା ନିଶ୍ଚିତ ପାଇବେ। କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ କଥା ସହକର୍ମୀ କିମ୍ବା ନିକଟ ସମ୍ପର୍କୀୟମାନଙ୍କ ମନରେ ଦୁଃଖ ଦେଇପାରେ। ପୁରାତନ ରୋଗପୀଡା ଯୋଗୁଁ ମାନସିକ ସୁସ୍ଥତା ହରାଇପାରନ୍ତି। ଫେରନ୍ତା ବାଟରେ ଜଣେ ନିଚ ଜାତିର ଲୋକମାନେ ପ୍ରତିବନ୍ଧକ ସୃଷ୍ଟି କରିପାରନ୍ତି।
ବୃଷ:- ଆଜକୁ କେତେ ଦିନ ହେଲା ଭଲ ଲାଗୁ ନ ଥିବା ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଅଯାଚିତ ଭାବେ ପାଖ ଲୋକ ମାନଙ୍କ ସହାୟତା ପାଇବେ, ଯାହାକି ବହୁତ କାମକୁ ଆସିବ। ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ। ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହୋଇପାରନ୍ତି।
ମିଥୁନ:-ଯେତେ ଚେଷ୍ଟା କଲେ ମଧ୍ୟ ସମସ୍ୟା ସୁଧୁରିବା କଷ୍ଟକର ହୋଇପଡିବ। ଅଧିକାଂଶ ସମୟରେ ଭାବପ୍ରବଣତା ବୃଦ୍ଧି ପାଇବ, ଯାହା କି ଅଶାନ୍ତିର ହେତୁ ସ୍ବରୂପ ହେବ। ପାରିବାରିିକ କ୍ଷେତ୍ର ବୁଝାମଣା ମାଧ୍ୟମରେ ଶୃଙ୍ଖଳିତ ରହିବ। ବିଚାର ଶୈଳୀକୁ ପଡୋଶୀମାନେ ଭୁରିଭୁରି ପ୍ରଶଂସା କରିପାରନ୍ତି।
କର୍କଟ:-ନିଜର ଅବହେଳା ହେତୁକ କେତେକ କାମ ଅଟକି ରହିଯିବ। ସ୍ବାର୍ଥସାଧନରେ ନିରାଶ ହୋଇ ନିଜର ଆତ୍ମୀୟମାନେ ହଠାତ୍ ଶତ୍ରୁତା କରିବେ। ଅଫିସରେ ନୂତନ ଦାୟିତ୍ୱ ହାତକୁ ନେବାକୁ ପଡିପାରେ। ଆଲୋଚନା କାଳରେ କୌଣସି ମନ୍ତବ୍ୟକୁ କେନ୍ଦ୍ରକରି ବନ୍ଧୁ ଅଭିମାନ କରିପାରନ୍ତି।
ସି˚ହ:-ପରିବାରରେ ଭୁଲ୍ ବୁଝାମଣା ଦୂର ହୋଇ ଶାନ୍ତି ଫେରି ଆସିବ। କାମଟିକୁ ଶେଷ କରିବା ପାଇଁ ବ୍ୟସ୍ତ ହୋଇପଡିବେ ସିନା କାମଟି ସମ୍ପୂର୍ଣ୍ଣ ହେବା ସହଜସାଧ୍ୟ ନ ହୋଇପାରେ। ଗବେଷଣା, ଅନୁସନ୍ଧାନ, ରାଜନୀତି ଓ ସଭାସମିତିରେ ଚେଷ୍ଟା ସଫଳ ହେବେ।
କନ୍ୟା:-ଆଜିର ଦିନଟିରେ ପ୍ରତ୍ୟେକ ପରିସ୍ଥିତିରେ ଜଗି ରଖି ଚଳିବା ଭଲ ହେବ। ପୂର୍ବରାଗକୁ ଶୁଝାଇବା ସକାଶେ ନିଜଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିବେ। ପରିବାରର ବିଭିନ୍ନ ପ୍ରକାରର ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ।
ତୁଳା:- ବହୁତ ଦିନହେଲା ବାରମ୍ବାର ଚେଷ୍ଟା କରୁଥିବା କାମଗୁଡିକ ଆଜି ସୁବିଧାରେ ସମ୍ପନ୍ନ ହୋଇଯିବ। କିନ୍ତୁ ଚତୁର୍ଥସ୍ଥ ଶନିଙ୍କ ପ୍ରଭାବରୁ ସାମାଜିକ କ୍ଷେତ୍ରରେ ଭଲ କହିଲେ ମଧ୍ୟ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ଆଜି ଦିନ ଭିତରେ ବିଶେଷ ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ।
ବିଛା:-ଆଜି ସ୍ବାସ୍ଥ୍ୟ ନିୟନ୍ତ୍ରଣ ଭିତରେ ରହିବ। କେତେକ ସମସ୍ୟା ଉପସ୍ଥିତ ହେବା କାରଣରୁ ପାଇବାକୁ ଥିବା ଆଶା ପୁଣି ମଉଳିଯିବାର ଆଶଙ୍କା କରିପାରନ୍ତି। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବେ। କର୍ମକ୍ଷେତ୍ରରେ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃୃଷ୍ଟି କରିବ।
ଧନୁ:-ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। କର୍ମକ୍ଷେତ୍ରରେ ମଧ୍ୟ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଅବଶ୍ୟ ପାରିବାରିକ କ୍ଷେତ୍ର ବିଶେଷ ଖରାପ ରହିବ ନାହିଁ। ତଥାପି ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।
ମକର:-ଆଜି ବନ୍ଧୁମାନଙ୍କ କଥାରେ ପଡି ହଠାତ୍ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। ଆପଣ ନିଜଲୋକଙ୍କଠାରୁ ଆସ୍ଥାହରାଇ ବସିବାର ସୂଚନାକୁ ଏଡି ହେବନାହିଁ। ସାହିତ୍ୟ, ସଙ୍ଗୀତାଦି ମନୋରଞ୍ଜନ କାର୍ଯ୍ୟକ୍ରମରେ କିମ୍ବା ଖେଳକୁଦରେ ପ୍ରଶଂସା ପାଇବେ।
କୁମ୍ଭ:-ପ୍ରତ୍ୟେକ କ୍ଷେତ୍ରରେ ଅଧୈର୍ଯ୍ୟ ନ ହୋଇ କାମ କରି ଚାଲନ୍ତୁ,ସବୁ ଠିକ୍ ହୋଇଯିବ। କର୍ମକ୍ଷେତ୍ରରେ ସହକର୍ମୀ ଫାଇଦା ଉଠାଇବା ପାଇଁ ଚେଷ୍ଟା କରିପାରନ୍ତି। ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢିପାରେ,କିନ୍ତୁ ବେଶିକ୍ଷଣ ତିଷ୍ଠି ରହିବ ନାହିଁ। ସାମ୍ବାଦିକତା ଓ ସାହିତ୍ୟ କ୍ଷେତ୍ରରୁ ସୁଫଳ ମିଳିବ।
ମୀନ:- ପାରିବାରିକ ଅଶାନ୍ତି କାରଣରୁ ମନରେ ଦୁର୍ଭାବନା ବଢ଼ିଚାଲିବ। ଶିଳ୍ପ, ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ। ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି। କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ।