ମୁମ୍ବାଇ,୧୨।୯(ବ୍ୟୁରୋ):ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ଆଉ ଜଣେ ଡ୍ରଗ୍ସ ବ୍ୟବସାୟୀଙ୍କୁ ଶନିବାର ଗିରଫ କରିଛି ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍ସିବି)। ସେ ହେଲେ କରନଜିତ। ତାଙ୍କୁ ମୁମ୍ବାଇସ୍ଥିତ ବାନ୍ଦ୍ରା ଅଞ୍ଚଳରୁ ଗିରଫ କରାଯାଇଛି। ଏ ନେଇ ଏନସିବିର ଯୁଗ୍ମ ନିର୍ଦ୍ଦେଶକ ସମୀର ୱାଙ୍ଖଡେ ସୂଚନା ଦେଇଛନ୍ତି। କରଞ୍ଜିତଙ୍କୁ ଦକ୍ଷିଣ ମୁମ୍ବାଇର ଏନସିବି କାର୍ଯ୍ୟାଳୟକୁ ଅଣାଯାଇ ତାଙ୍କୁ ଅଧିକ ପଚରାଉଚରା ଚାଲିଛି ବୋଲି ଏନସିବି ଅଧିକାରୀ କହିଛନ୍ତି।
ସୂଚନାଯୋଗ୍ୟ, ପୂର୍ବରୁ ଏହି ମାମଲାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ରିୟା ଚକ୍ରବର୍ତ୍ତୀ ଏବଂ ତାଙ୍କ ଭାଇ ସୌଭିକ ଚକ୍ରବର୍ତ୍ତୀଙ୍କୁ ଏନସିବି ଗିରଫ କରିସାରିଛି।
Breaking
ଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକଭୁବନେଶ୍ୱର ଉତ୍ତର ପୂଜା ଭସାଣୀ ସମିତି ପ୍ରସ୍ତୁତି ବୈଠକ୧୨ ନଂ ୱାର୍ଡରେ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା କର୍ପୋରେଟର ଜୟନ୍ତୀ ସାହୁଙ୍କ ନିଆରା ଢଙ୍ଗରେ ପୁଜାଭେଟି
