banner
Breaking

ରାଜ୍ୟରେ ଆଜି ୧୪୭୦ ପଜିଟିଭ ଚିହ୍ନଟ ଓ ୧୨ ମୃତ

0

ଭୁବନେଶ୍ବର,୩୧/୧୦(ଓଡ଼ିଆ ନ୍ୟୁଜ): ରାଜ୍ୟରେ ପୁଣି ୧୪୭୦  କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ଲକ୍ଷ ୯୦ହଜାର ୧୧୬ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୫୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ରହିଥିବା ବେଳେ ୬୧୭ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୭୬ଜଣ, ବାଲେଶ୍ୱର ଜିଲ୍ଲାରୁ ୫୬ଜଣ, ବରଗଡ଼ ଜିଲ୍ଲାରୁ ୬୧ଜଣ, ଭଦ୍ରକ ଜିଲ୍ଲାରୁ ୧୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୬୩ଜଣ, ବୌଦ୍ଧ ଜିଲ୍ଲାରୁ ୧୭ଜଣ, କଟକ ଜିଲ୍ଲାରୁ ୧୨୬ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୭ଜଣ, ଗଜପତି ଜିଲ୍ଲାରୁ ୮ଜଣ, ଗଞ୍ଜାମ ଜିଲ୍ଲାରୁ ୨୨ଜଣ, ଜଗତସିଂହପୁର ଜିଲ୍ଲାରୁ ୭୬ଜଣ, ଯାଜପୁର ଜିଲ୍ଲାରୁ ୪୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୯ଜଣ, କଳାହାଣ୍ଡି ଜିଲ୍ଲାରୁ ୩୧ଜଣ, କନ୍ଧମାଳ ଜିଲ୍ଲାରୁ ୧୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୫ଜଣ, କେନ୍ଦୁଝର ଜିଲ୍ଲାରୁ ୫୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୭୦ଜଣ, କୋରାପୁଟ ଜିଲ୍ଲାରୁ ୨୪ଜଣ, ମାଲକାନଗିରି ଜିଲ୍ଲାରୁ ୨୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୪ଜଣ, ନୂଆପଡ଼ା ଜିଲ୍ଲାରୁ ୬୧, ନୟାଗଡ଼ ଜିଲ୍ଲାରୁ ୩୧ଜଣ, ପୁରୀ ଜିଲ୍ଲାରୁ ୬୪ଜଣ, ରାୟଗଡା ଜିଲ୍ଲାରୁ ୧୩ଜଣ, ସମ୍ବଲପୁର ଜିଲ୍ଲାରୁ ୩୪ଜଣ, ସୋନପୁର ଜିଲ୍ଲାରୁ ୨୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧୨ଜଣ, ଷ୍ଟେଟ ପୁଲ୍‌ରୁ ୩୦ଜଣ ରହିଛନ୍ତି ।

ଅନ୍ୟପକ୍ଷରେ ରାଜ୍ୟରେ ଶନିବାର କରୋନାରେ ଆଉ ୧୨ ଜଣଙ୍କ ମୃତ୍ୟୁ ଘଟିଛି। ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୩୨୦ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।
ତେବେ ମୃତ୍ୟୁବରଣ କରିଥିବା ୧୨ ଜଣଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ୫ ଜଣ ରହିଥିବା ବେଳେ ସୁନ୍ଦରଗଡ଼ରୁ ୪, ଗଞ୍ଜାମରୁ ୧, ନୂଆପଡ଼ାରୁ ୧ ଏବଂ କେନ୍ଦୁଝରରୁ ୧ ରହିଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.