ରାଜ୍ୟରେ ଆଜି ୧୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ଓ ୨ ମୃତ।
ଭୁବନେଶ୍ୱର,୪।୧(ବ୍ୟୁରୋ) : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସ°ଖ୍ୟା କମିବାରେ ଲାଗିଛି। ଆଜି ରାଜ୍ୟରୁ ୧୮୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୦,୪୯୨ରେ ପହଞ୍ଚିଛି।ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦିଆଯାଇଛି।
ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୦୬ ଜଣ ଚିହ୍ନଟ ହୋଇଥିବା ବେଳେ ୭୭ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।
ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୩୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୨୪ ଏବଂ ଖୋର୍ଦ୍ଧାରୁ ୧୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ବାଲେଶ୍ୱରରୁ ୨, ବରଗଡ଼ ୯, ଭଦ୍ରକ ୨, ବଲାଙ୍ଗୀର ୬, ବୌଦ୍ଧ ୧, କଟକ ୬, ଦେବଗଡ଼ ୧, ଢେଙ୍କାନାଳ ୧, ଗଜପତି ୨, ଗଞ୍ଜାମ ୫, ଜଗତସିଂହପୁର ୫, ଯାଜପୁର ୧୧, ଝାରସୁଗୁଡ଼ା ୮, କଳାହାଣ୍ଡି ୩, କନ୍ଧମାଳ ୧, କେନ୍ଦ୍ରାପଡ଼ା ୧୦, କେନ୍ଦୁଝର ୧, ମାଲକାନଗିରି ୧, ମୟୂରଭଞ୍ଜ ୫, ନୂଆପଡ଼ା ୧୦, ପୁରୀ ୬, ସମ୍ବଲପୁର ୧୦ ଏବଂ ସୋନପୁରରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍ ପୋଲ୍ ସଂଖ୍ୟା ରହିଛି ୫।
ସେହିପରି ଆଜି ରାଜ୍ୟରେ ୨ ଜଣଙ୍କ ଜୀବନ ନେଇଛି କରୋନା। ବାଲେଶ୍ୱର ଏବଂ ସୁନ୍ଦରଗଡ଼ ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନାରୁ ଜଣାପଡ଼ିଛି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୦,୪୯୨ ରେ ପହଞ୍ଚିଥିବା ବେଳେ ୩,୨୬,୨୦୯ଜଣ ସୁସ୍ଥ ହୋଇଛନ୍ତି। ୨୩୪୫ ଜଣ ଚିକିତ୍ସିତ ହେଉଛନ୍ତି।
