banner
Breaking

ରାଜ୍ୟରେ ଆଜି ୨୨୫ ପଜିଟିଭ ଚିହ୍ନଟ ଓ ୨ ମୃତ।

0

ଭୁବନେଶ୍ୱର,୧୨।୧(ଓଡ଼ିଆ ନ୍ୟୁଜ) : ରାଜ୍ୟରେ ଆଜି ୨୨୫ ଜଣ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହା ମଧ୍ୟରୁ ୧୩୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୯୪ ଜଣ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୩୩୧କୁ ବଢ଼ିଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
୨୫ଟି ଜିଲ୍ଲାରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୩୮ଜଣ,ବରଗଡ଼ ଓ ବଲାଙ୍ଗୀର ଜିଲ୍ଲାରୁ୧୬ ଜଣ ଲେଖାଏଁ, ଅନୁଗୁଳ,ଝାରସୁଗୁଡା, ଖୋର୍ଦ୍ଧା,ପୁରୀ ଓ ସମ୍ବଲପୁର ଜିଲ୍ଲାରୁ ୧୫ ଜଣ ଲେଖାଏଁ, ବାଲୋଶ୍ବରରୁ ୧୪ ଜଣ, କେନ୍ଦୁଝରରୁ ୧୧ ଜଣ, ମୟୂରଭଞ୍ଜରୁ ୧୦ ଜଣ, କଳାହାଣ୍ଡିରୁ ୬ ଜଣ, ଦେବଗଡ଼, ଯାଜପୁର ଓ ନୂଆପଡ଼ା ଜିଲ୍ଲାରୁ ୫ ଜଣ ଲେଖାଏଁ, ଗଜପତିରୁ ୪ ଜଣ, କଟକ,ରାୟଗଡ଼ା ଓ ସୋନପୁର ଜିଲ୍ଲାରୁ ୩ ଜଣ ଲେଖାଏଁ, ଝାରସୁଗୁଡା ଓ ନୟାଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ, ଭଦ୍ରକ, ବୌଦ୍ଧ, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଷ୍ଟେଟ୍ ପୋଲ୍‌ରୁ ୩ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୩୨ ହଜାର ୩୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୨ ହଜାର ୧୧୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଲକ୍ଷ ୨୮ ହଜାର ୨୭୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୮୯୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୭୨ ଲକ୍ଷ ୨୯ ହଜାର ୯୪୮ ସାମ୍ପୁଲ ଟେଷ୍ଟ୍ ହୋଇଛି।

ଅନ୍ୟପକ୍ଷରେ ରାଜ୍ୟରେ ଆଜି ଆଉ ୨ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୯୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।୨ଜଣ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ ଗଞ୍ଜାମର ଜଣେ ଲେଖାଏଁ ଆକ୍ରାନ୍ତ ଅଟନ୍ତି।

Khansweb Solution Bhubaneswar

Leave A Reply

Your email address will not be published.