ଭୁବନେଶ୍ୱର,୫।୨(ଓଡ଼ିଆ ନ୍ୟୁଜ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସ°ଖ୍ୟା ୧୦୦ ତଳେ ରହିଛି। ଆଜି ରାଜ୍ୟରୁ ୯୭ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୫୮ ଜଣ ଚିହ୍ନଟ ହୋଇଥିବା ବେଳେ ୩୯ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।
ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫,୪୬୬ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦିଆଯାଇଛି।
ଆଜି କଟକ ଏବଂ ସୁନ୍ଦରଗଡ଼ରୁ ୧୬ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୫, ବାଲେଶ୍ୱର ୨, ବଲାଙ୍ଗୀର ୧, ଦେବଗଡ଼ ୩, ଢେଙ୍କାନାଳ ୧, ଗଜପତି ୩, ଗଞ୍ଜାମ ୧, ଯାଜପୁର ୬, ଝାରସୁଗୁଡ଼ା ୪, କେନ୍ଦୁଝର ୨, ଖୋର୍ଦ୍ଧା ୬, ମୟୂରଭଞ୍ଜ ୪, ନୂଆପଡ଼ା ୨, ପୁରୀ ୩, ରାୟଗଡ଼ା ୪ ଏବଂ ସମ୍ବଲପୁରରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍ ପୋଲ୍ ସଂଖ୍ୟା ୧ ରହିଛି।
ସେହିପରି ଆଜି ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ କଟକର ହୋଇଥିବା ବେଳେ ସେ ଡାଇବେଟିସ ଏବଂ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିଲେ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନାରୁ ଜଣାପଡ଼ିଛି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫, ୪୬୬ରେ ପହଞ୍ଚିଥିବା ବେଳେ ୩,୩୨,୬୧୧ ଜଣ ସୁସ୍ଥ ହୋଇଛନ୍ତି। ୮୯୪ ଜଣ ଚିକିତ୍ସିତ ହେଉଛନ୍ତି।




