ଭୁବନେଶ୍ୱର : ଆଜି ଠାରୁ ଆରମ୍ଭ ହୋଇଛି ଷୋଡଶ ବିଧାନସଭାର ଷଷ୍ଠ ଅଧିବେଶନ । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ବିଧାନସଭାରେ ପହଞ୍ଚିବା ପରେ ପ୍ରଥମେ ତାଙ୍କୁ ଗାର୍ଡ଼ ଅଫ ଅନର ଦିଆଯାଇଥିଲା। ଏହାପରେ ରାଜ୍ୟପାଳ ଅଭିଭାଷଣ ରଖୁଛ ଦିବଂଗତ ପୂର୍ବତନ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଦେଇଥିଲେ। ସହିଦ ଯବାନ ଓ କୋଭିଡ ଯୋଦ୍ଧାଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ସହ କରୋନା ନିୟନ୍ତ୍ରଣରେ ରାଜ୍ୟ ସରକାରଙ୍କ ଭୂମିକା ପ୍ରଶଂସନୀୟ ବୋଲି କହିଛନ୍ତି ରାଜ୍ୟପାଳ। ଜନସ୍ୱାସ୍ଥ୍ୟ ଓ ପାନୀୟଜଳ ସମସ୍ୟା ଦୂର ଉପରେ ସର୍ବାଧିକ ଗୁରୁତ୍ୱ, ନିରାଶ୍ରୟ,ଭିନ୍ନକ୍ଷମ ଓ ବରିଷ୍ଠ ନାଗରିକଙ୍କ ନିରାପତ୍ତା ଲାଗି ପ୍ରତିଶ୍ରୁତିବଦ୍ଧ,ତୃଣମୂଳ ସ୍ତରରୁ ଖେଳାଳିଙ୍କୁ ପ୍ରୋତ୍ସାହନ ଦେବା ସରକାରଙ୍କ ଉଦ୍ଦେଶ୍ୟ, ସୁନ୍ଦରଗଡ଼ରେ ବିଶ୍ୱସ୍ତରୀୟ ହକି ଷ୍ଟାଡିୟମ ପ୍ରତିଷ୍ଠା କରାଯିବ,୨୦୨୦ରେ ରାଜ୍ୟରେ ଆଇନଶୃଙ୍ଖଳା ଶାନ୍ତିପୂର୍ଣ୍ଣ ଥିଲା। ପୁଲିସର ତ୍ୱରିତ ପଦକ୍ଷେପ ପାଇଁ ବଡଧରଣର ଆଇନଶୃଙ୍ଖଳା ଉପୁଜିନି। ୨୦୨୧ ଜାନୁଆରୀ ଶେଷ ସୁଦ୍ଧା ୩୮,୭୬୦ କୋଟିର ରାଜସ୍ୱ ଆଦାୟ ହୋଇଛି, ବିଗତ ବର୍ଷ ତୁଳନାରେ ଚଳିତ ବର୍ଷ ୭,୩% ଅଧିକ ରାଜସ୍ୱ ଆଦାୟ ହୋଇଛି, ରାଜ୍ୟର ଆପତ୍ତକାଳନୀନ ପାଣ୍ଠି ୨ ହଜାର କୋଟି ଟଙ୍କାକୁ ବୃଦ୍ଧି ହୋଇଛି। ଜଳ ସଂରକ୍ଷଣ ପାଇଁ ୫ ବର୍ଷରେ ୧୧,୭୦୦ କୋଟି ଖର୍ଚ୍ଚ ଯୋଜନା , ମୋ ସରକାରର ମିଶନ- ସୁସ୍ଥ ଓଡିଶା-ସୁଖି ଓଡିଶା, ଆମ ପାଇଁ ପ୍ରତି ଜୀବନ ମୂଲ୍ୟବାନ, ସମସ୍ତଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ଲକ୍ଷ୍ୟ ବୋଲି ରାଜ୍ୟପାଳ କହିଛନ୍ତି।
Breaking
କୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକ
