ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।
ମେଷ:-ବାରମ୍ବାର ଭୁଲ୍ ବୁଝାମଣା ହେତୁ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରଖିବା କଠିନ ହୋଇପାରେ। ନିଜ ପରିବେଶରେ ସହମତି ମାଧ୍ୟମରେ କାର୍ଯ୍ୟକଲେ ସଫଳତା ପାଇବେ। ଏକ ନିର୍ଦ୍ଦିିଷ୍ଟ ଦିଗରେ ଖର୍ଚ୍ଚ କରିବାକୁ ରଖିଥିବା ଟଙ୍କା ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବ। କର୍ମକ୍ଷେତ୍ରରେ ସାଧାରଣ ଭୁଲ୍ ସକାଶେ କୈଫିୟତ୍ ଦେବାକୁ ପଡିପାରେ।
ବୃଷ:-ଆଜି କର୍ମ କ୍ଷେତ୍ରରେ ଅଟକି ରହିଥିବା କାମର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ବାଣିଜ୍ୟ, ବ୍ୟବସାୟ ଭଲରେ ଚାଲିବ, କିନ୍ତୁ ଲାଭ ପାଇବାରେ ବିଳମ୍ବ ଘଟିବ। ବନ୍ଧୁମାନଙ୍କ ଜରିଆରେ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ଆଗାମୀ ମାଙ୍ଗଳିକ କାମ ସକାଶେ ତପ୍ତରତା ଦେଖା ଦେଇପାରେ।
ମିଥୁନ:-ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇବାରେ ସମର୍ଥ ହେବେ। ଅନ୍ୟମାନଙ୍କ ସାହାଯ୍ୟ କାରଣରୁ ବିଭିନ୍ନ ଯୋଜନା କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ। ସାଧାରଣ କଥାକୁ କେନ୍ଦ୍ର କରି ପରିବାରରେ ସମ୍ପର୍କ ହାନି ହୋଇପାରେ। ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତା, କଳା, ସାହିତ୍ୟ, ଚଳଚ୍ଚିତ ତଥା ପ୍ରଶାସନିକ କ୍ଷେତ୍ରରେ ସମସ୍ୟା ସମାଧାନ ହେବ।
କର୍କଟ:-ଆଶା ଓ ନିରାଶାର ଦୋଛକିରେ ରହି ସମୟକୁ ପ୍ରତୀକ୍ଷା କରିବାକୁ ପଡିପାରେ। ସହକର୍ମୀଙ୍କ ସୌହାର୍ଦ୍ଦ୍ୟରୁ ପରିବାର ମଧ୍ୟରେ ପୂର୍ବ ସମସ୍ୟା ସମାଧାନ ହେବ। କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିରୁ ଯୋଜନାଗୁଡିକ ଠିକ୍ଭାବେ ସମ୍ପୂର୍ଣ୍ଣ ହୋଇ ନ ପାରେ। ବନ୍ଧୁଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବାରୁ ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ ।
ସି˚ହ:-କର୍ମକ୍ଷେତ୍ର ହେଉ କିମ୍ବା ସାମାଜିକ କ୍ଷେତ୍ରରେ ସତକଥା କହି ବିବାଦ ଘେରରେ ପଡି ପାରନ୍ତି। ସାହିତ୍ୟ,କଳା, କ୍ରୀଡ଼ା, ସଙ୍ଗୀତ, ଚଳଚ୍ଚିତ୍ର ପ୍ରଭୃତି ତଥା ବୈଷୟିକ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ଦୀର୍ଘ ଦିନରୁ ଲାଗି ରହିଥିବା ଶତ୍ରୁତା, ଅଶାନ୍ତି ଓ ଋଣଭାର କ୍ରମଶଃ ହ୍ରାସ ପାଇବ। କୃତି ଓ କୃତିତ୍ୱ ହେତୁକ ସାମାଜିକ ସ୍ତରରେ ସମ୍ମାନିତ ହେବେ।
କନ୍ୟା:-ଜନ କଲ୍ୟାଣ କାରକ ମଙ୍ଗଳ ଜନକ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି। ପଇସା ଦେବା ନେବାକୁ କେନ୍ଦ୍ରକରି ସାମାନ୍ୟ ଝଗଡା ସୃଷ୍ଟି ହୋଇପାରେ। ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା ହେତୁ ସାମୟିକ ଚିନ୍ତିତ ରହିବେ।
ତୁଳା:-ଜଣେ ବନ୍ଧୁଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବାର ଆଶା ରହିଛି। ଅତୀତରେ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ। ଆଗନ୍ତୁକଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ଶିଳ୍ପ, ବାଣିଜ୍ୟ, ପରିବହନ, ସଭାସମିତି, ରାଜନୀତି, ସଂଗଠନ, ଗବେଷଣା ଓ ପ୍ରତିଯୋଗିତା କ୍ଷେତ୍ରରୁ ଆଶାନୁରୂପ ଫଳ ପାଇବେ।
ବିଛା:-ବିବାଦୀୟ ଘଟଣାର ଆଲୋଚନା କାଳରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। ବିଗତ ଦିନର ଘଟଣା ସକାଶେ ଟେନସନ୍ ବଢିପାରେ। ମାତ୍ରାଧିକ ଭ୍ରମଣ ହେତୁକ କ୍ଳାନ୍ତି ଅନୁଭବ କରିବେ। ମାଲିମକଦ୍ଦମା, ଜମିଜମା, ନିର୍ମାଣ, ମାଙ୍ଗଳିକ କାମ ପାଇଁ ପ୍ରସ୍ତୁତି, ମୂଲ୍ୟବାନ ଜିନିଷର କିଣାବିକା କ୍ଷେତ୍ରରେ ସୁଫଳ ପାଇପାରନ୍ତି।
ଧନୁ:-ବହୁ ଦିନରୁ ଚିନ୍ତା କରିଥିବା ଯୋଜନାଟିକୁ କାଯର୍ୟକାରୀ କରିବାରେ ପ୍ରତିବନ୍ଧକ ଦୂରେଇଯିବ। ପାରିପାର୍ଶ୍ୱିକ ପରିସ୍ଥିତି ଭଲ ନ ଥିଲେ ମଧ୍ୟ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ। ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେବା ଠିକ୍ ହେବନି। ବନ୍ଧୁଙ୍କ ସହ ନୂତନ ସ୍ଥାନ ଭ୍ରମଣ ସୁଯୋଗ ଜୁଟିବ।
ମକର:-ବନ୍ଧୁଙ୍କ କଥାକୁ ପ୍ରାଧାନ୍ୟ ଦେଲେ ଆପଣଙ୍କ ଉପକାରରେ ଆସିବ। ସମ୍ପର୍କୀୟଙ୍କ ସହ ସୁସମ୍ପର୍କକୁ କେନ୍ଦ୍ର କରି ସମସ୍ୟା ଦେଖାଦେବ। ପାରିବାରିକ ଦୁଶ୍ଚିନ୍ତା କାରଣରୁ ରକ୍ତଚାପ ବଢିଯାଇପାରେ। ଶ୍ରବଣା ନକ୍ଷତ୍ର ଧାରକରଜ କରି କାମ ତୁଲାଇ ନେବେ। କାଳେ ଦେବାକୁ ପଡିପାରେ, ସେଥିଲାଗି ସମ୍ପର୍କୀୟମାନେ ପାଖ ମାଡିବେ ନାହିଁ।
କୁମ୍ଭ:-ଆଜି ନୂତନ ଜିନିଷ କ୍ରୟ କରିବା ସକାଶେ ମନ ବଳିବ ଏବଂ କିଣିବା ସକାଶେ ବାଧ୍ୟ ହେବେ। ବିବାଦୀୟ ପରିସ୍ଥିତିରେ ସ୍ଥାନୀୟ ବ୍ୟକ୍ତି ବିଶେଷଙ୍କ ଦ୍ୱାରା ଉପକୃତ ହେବେ। କର୍ମ କ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ, ଯାହା କି ଅନର୍ଥର କାରଣ ହୋଇପାରେ। ପରିବାର ମଧ୍ୟରେ ଛୋଟ କଥାକୁ ଧରି ବସନ୍ତୁ ନାହିଁ, ଯାହା କି ସମସ୍ୟା ବୃଦ୍ଧି କରିବ।
ମୀନ:-ଆଜି ବନ୍ଧୁଙ୍କ ଆଲୋଚନାନ୍ତେ ଆଗାମୀ କାଲିର ଯୋଜନା ପ୍ରସ୍ତୁତ କରିପାରନ୍ତି। ପାଖ,ପଡୋଶୀଙ୍କ ସହାୟତାରେ ବାକି ପଡିଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। କର୍ମକ୍ଷେତ୍ରରେ ବାକ୍ ସଂଯମତା ଅଭାବରୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବିବାଦୀୟ ଘଟଣା ଟିକିଏ ଜଟିଳ ଆଡ଼କୁ ଗତି କରିବାର ଆଶଙ୍କାକୁ ଏଡି ହେବ ନାହିଁ।