banner
Breaking

ଅତି ଭୟଙ୍କର ହୋଇପାରେ ୟାସ।

0

ଭୁବନେଶ୍ୱର,୨୪ା୫(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ(ଡିପ୍ରେଶନ) ସୋମବାର ଭୟଙ୍କର ବାତ୍ୟାରେ ପରିଣତ ହୋଇଛି। ଏହା ପାରାଦୀପଠାରୁ ପୂର୍ବ ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ ୫୨୦ କିଲୋମିଟର ଏବଂ ବାଲେଶ୍ୱରର ଦକ୍ଷିଣ ଦକ୍ଷିଣ ପୂର୍ବ ଦିଗରେ ୬୦୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି। ଏଥିସହିତ ବାତ୍ୟା ପଶ୍ଚିମବଙ୍ଗର ଦିଘାଠାରୁ ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗର ୫୯୦ କିଲୋମିଟର ଦୂରରେ ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା ଧୀରେ ଧୀରେ ଉତ୍ତର-ଉତ୍ତର ପଶ୍ଚିମ ଦିଗ ଦେଇ ଗତି କରୁଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅତି ଭୟଙ୍କର ରୂପ ଧାରଣ କରି ଉପକୂଳ ମୁହାଁ ହେବ। ୨୬ ତାରିଖ ସକାଳେ ଏହା ବାଲେଶ୍ୱର ଚାନ୍ଦିପୁର ନିକଟରେ ମାଡ଼ ହେବା ନେଇ ପୂର୍ବାନୁମାନ କରାଯାଉଛି।

Khansweb Solution Bhubaneswar

Leave A Reply

Your email address will not be published.