banner
Breaking

ଫେରୁ ଫେରୁ ଘୋଷଣା କଲେ ୧୦୦୦ କୋଟିର ସହାୟତା।

0

ଭୁବନେଶ୍ୱର,୨୮।୫(ବ୍ୟୁରୋ): ବାତ୍ୟା ‘ୟାସ୍‌’ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋଟ ୧ ହଜାର କୋଟି ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି। ସେଥିରୁ ଓଡ଼ିଶା ପାଇଁ ୫୦୦ କୋଟି ଟଙ୍କାର ଘୋଷଣା କରାଯାଇଥିବା ବେଳେ ବାକି ୫୦୦ କୋଟି ଟଙ୍କା ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ପାଇଁ ଘୋଷଣା କରାଯାଇଛି। ବାତ୍ୟାରେ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ଏବଂ ଗୁରୁତରଙ୍କୁ ୫୦ ହଜାର ମିଳିବ।
ୟାସ୍‌ରେ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ବିଶେଷକରି ବାଲେଶ୍ୱର ଓ ଭଦ୍ରକ ଜିଲା ବେଶି ପ୍ରଭାବିତ ହୋଇଥିଲା। ଶୁକ୍ରବାର କ୍ଷୟକ୍ଷତି ଆକଳନ ପାଇଁ ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିଥିଲେ। ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚି ସମୀକ୍ଷା ବୈଠକ କରିଥିଲେ।

Khansweb Solution Bhubaneswar

Leave A Reply

Your email address will not be published.