ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ବିଧାନସଭାର ଶୀତକାଳୀନ ଅଧିବେଶନ ଡିସେମ୍ବର ପହିଲାରୁ ଆରମ୍ଭ ହେବ। ଏହି ଅଧିବେଶନ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ଅଧିବେଶନର ପ୍ରଥମ ଦିନରେ ୨୦୨୧-୨୨ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍ ଗୃହରେ ଆଗତ ହେବ। ରବିବାର ଏନେଇ ବିଧାନସଭା ସଚିବାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।
ବିଜ୍ଞପ୍ତି ଅନୁଯାୟୀ, ଶୀତ ଅଧିବେଶନରେ ମୋଟ ୨୬ଟି କାର୍ଯ୍ୟଦିବସ ରହିଛି। ଏଥିରେ ଡିସେମ୍ବର ୧୦ ତାରିଖରେ ଅତିରିକ୍ତ ବଜେଟ୍ ଗୃହୀତ ପାଇଁ ବ୍ୟୟ ମଞ୍ଜୁରୀ ବିଲ୍ ଆଗତ କରାଯିବ। ତେବେ ଡିସେମ୍ବର ୧୧ରୁ ୩୧ ପର୍ଯ୍ୟନ୍ତ ଗୃହର ଅଧିବେଶନରେ କି କାର୍ଯ୍ୟକ୍ରମ ହେବ ତାହା ସ୍ଥିରୀକୃତ
ହୋଇନାହିଁ। କେବଳ ଅଫିସିଆଲ ବିଜ୍ନେସ ଓ ପ୍ରାଇଭେଟ ମେମ୍ବର୍ସ ବିଜ୍ନେସ୍ ଭାବେ ଉଲ୍ଲେଖ ରହିଛି। ଡିସେମ୍ବର ୨୫ ଏବଂ ୨୬ ତାରିଖ ଛୁଟି ରହିବ। ୪ଟି ରବିବାର ସହ ବଡ଼ଦିନ ଅର୍ଥାତ୍ ୫ଟି ଛୁଟି ଦିବସ ରହିବ । ଏହି ଅଧିବେଶନରେ ମୁଖ୍ୟତଃ ମମିତା ମେହେର ହତ୍ୟାକାଣ୍ଡ, ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ, ଅଦିନିଆ ବର୍ଷାରେ ଧାନ ଫସଲ ନଷ୍ଟ ଏବଂ ମଣ୍ଡି ସମସ୍ୟା ଆଦି ପ୍ରସଙ୍ଗ ଗୃହକୁ ସରଗରମ କରିବ। ପଞ୍ଚାୟତ ନିର୍ବାଚନ ପୂର୍ବରୁ ଶେଷଥର ପାଇଁ ଅଧିବେଶନ ବସୁଥିବାରୁ ଉଭୟ ଶାସକ ଓ ବିରୋଧୀ ନିଜ ରଣନୀତି ମାଧ୍ୟମରେ ଲୋକଙ୍କ ନିକଟତର ହେବାକୁ ଚେଷ୍ଟା କରିବେ। ସୂଚନାଯୋଗ୍ୟ, ବିଧାନସଭା ଅଧିବେଶନ ଗୋଟିଏ କ୍ୟାଲେଣ୍ଡର ବର୍ଷରେ ୬୦ଦିନ ବସିବାର ନିୟମ ରହିଛି। ଏବେ ୨୬ ଦିନ ବାକି ରହିଥିଲା। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଏନେଇ ରବିବାର ସୂଚନା ଦେବା ସହ ରାଜ୍ୟପାଳ ଏବଂ ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ସେ କହିଥିଲେ।
Breaking
ଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକଭୁବନେଶ୍ୱର ଉତ୍ତର ପୂଜା ଭସାଣୀ ସମିତି ପ୍ରସ୍ତୁତି ବୈଠକ୧୨ ନଂ ୱାର୍ଡରେ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା କର୍ପୋରେଟର ଜୟନ୍ତୀ ସାହୁଙ୍କ ନିଆରା ଢଙ୍ଗରେ ପୁଜାଭେଟି
