ଭୁବନେଶ୍ୱର,୯।୧୨(ବ୍ୟୁରୋ): ତୈଳ ଓ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ରଣହୁଙ୍କାର ଦେଇଛି ବିଜେଡି। ଦରବୃଦ୍ଧି ପ୍ରତିବାଦରେ ଗୁରୁବାର ବିଜେଡି ପକ୍ଷରୁ ବିଶାଳ ବାଇକ୍ ଶୋଭାଯାତ୍ରା କରାଯାଇଛି । ଦଳର ମୁଖ୍ୟ କାର୍ଯ୍ୟାଳୟଠାରୁ କେଶରୀ ହଲ ପର୍ଯ୍ୟନ୍ତ ବିଜେଡି ପକ୍ଷରୁ ଏହି ବାଇକ ଶୋଭାଯାତ୍ରା ହୋଇଛି। କେବଳ ଏତିକି ନୁହେଁ ଦରବୃଦ୍ଧି ସହିତ ବେକାରୀ ପ୍ରସଙ୍ଗରେ କେନ୍ଦ୍ରକୁ ଘେରିଛି ବିଜେଡି। ଏହି ଶୋଭାଯାତ୍ରାରେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଦଳର ଛାତ୍ର ଓ ଯୁବବ୍ୟାପାର ସାଧାରଣ ସମ୍ପାଦକ ପ୍ରଣବ ବଳବନ୍ତରାୟ, ଛାତ୍ର ସଭାପତି ଦେବୀ ରଞ୍ଜନ ତ୍ରିପାଠୀ ପ୍ରମୁଖ ସାମିଲ ହୋଇଛନ୍ତି। ଅପରପକ୍ଷେ ବିଜେଡିର ମହା ସମାବେଶ ଆୟୋଜନ କରାଯାଇଛି। ଏଥିରେ ଯାଜପୁର ନିର୍ବାଚନ ମଣ୍ଡଳୀରୁ ଶହ ଶହ ଛାତ୍ର ଯୁବକ ଓ ମହିଳା ସମାବେଶରେ ଯୋଗ ଦେଇ କେନ୍ଦ୍ର ସରକାରଙ୍କ ଖାଉଟି ମାରଣ ନୀତିର ସମାଲୋଚନା କରିଛନ୍ତି ।
Breaking
ଓଡିଶାରେ ଡିଜିଟାଲ ମିଡ଼ିଆ ଓନର୍ସ ଆସୋସିଏସନ୍ ଗଠିତ, ଭୁବନେଶ୍ୱର ଠାରେ ଲୋଗୋ ଉନ୍ମୋଚିତ, ସମସ୍ତ ମାଲିକ ଓ ସମ୍ପାଦକ ସାମିଲ ହେବାକୁ ଆହ୍ୱାନକୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍
