banner
Breaking

ରାଜ୍ୟରେ ୩ ଦିନ ଘନ କୁହୁଡି, ୨୧ ଓ ୨୩ ବର୍ଷା

0

ଭୁବନେଶ୍ୱର,୧୮୧(ବ୍ୟୁରୋ): ଆସନ୍ତା ୩ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲାରେ କୁହୁଡ଼ି ହେବାର ସମ୍ଭାବନା ରହିଛି। କେତେକ ଜିଲାରେ ଘନ କୁହୁଡ଼ି ଯୋଗୁ ଯାତାୟାତରେ ବାଧା ସୃଷ୍ଟି କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ମଙ୍ଗଳବାର ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, ବଲାଙ୍ଗୀର, କନ୍ଧମାଳ, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲାରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। ସେହିପରି ୧୯ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡା, କଳାହାଣ୍ଡି, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ ଏବଂ କଟକ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଏବଂ ୨୦ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡା, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ ଏବଂ କଟକ ଜିଲାର କେତେକ ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଗତ ଦୁଇଦିନ ହେବ ରାଜ୍ୟରେ ଶୀତ ସାମାନ୍ୟ ବୃଦ୍ଧି ପାଇଛି। ସର୍ବନିମ୍ନ ତାପମାତ୍ରା ୨ରୁ ୩ଡିଗ୍ରୀ ସେଲ୍‌ସିୟସ ତଳକୁ ଖସିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ମୁତାବକ, ସୋମବାର ଦାରିଙ୍ଗବାଡିରେ ସର୍ବନିମ୍ନ ତାପମାତ୍ରା ୧୦.୫ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡ଼ା ୧୧.୮, ବାରିପଦା ୧୨, ଚାନ୍ଦବାଲି ୧୨.୨ ଏବଂ ବାଲେଶ୍ୱରରେ ସର୍ବନିମ୍ନ ତାପମାତ୍ରା ୧୨.୪ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ତେବେ ଆସନ୍ତା ୨୦ ତାରିଖରୁ ଶୀତର ପ୍ରକୋପ ହ୍ରାସ ପାଇବ। ୨୧ରୁ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲାରେ ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବା ସମ୍ଭାବନା ରହିଛି। ୨୩ ତାରିଖରେ ଉପକୂଳ ଓଡ଼ିଶାରେ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି।

Khansweb Solution Bhubaneswar

Leave A Reply

Your email address will not be published.