banner
Breaking

ରାଜ୍ୟରେ ଆଜି ପୁଣି ୧୦୬୫ ପଜିଟିଭ ଚିହ୍ନଟ

0

ଭୁବନେଶ୍ୱର,୧୬।୭(ଓଡ଼ିଆ ନ୍ୟୁଜ): ରାଜ୍ୟରେ ବଢ଼ି ବଢ଼ି ଚାଲିଛି କରୋନା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୬୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୨୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଥିବାବେଳେ ୪୪୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୩୬୧ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ବାଲେଶ୍ୱରରୁ ୧୪ ଜଣ, ଭଦ୍ରକରୁ ୫ଜଣ, ବଲାଙ୍ଗୀରରୁ ୮ଜଣ, ବୌଦ୍ଧରୁ ଜଣେ, କଟକରୁ ୧୩୫ଜଣ, ଦେବଗଡ଼ରୁ ୫ଜଣ, ଢେଙ୍କାନାଳରୁ ୨ଜଣ, ଗଜପତିରୁ ୩ଜଣ, ଗଞ୍ଜାମରୁ ୬ଜଣ, ଜଗତସିଂହପୁରରୁ ୨୧ଜଣ, ଯାଜପୁରରୁ ୨୧ଜଣ, ଝାରସୁଗୁଡ଼ାରୁ ୧୮ଜଣ, କଳାହାଣ୍ଡିରୁ ୧୪ ଜଣ, କନ୍ଧମାଳରୁ ୬ଜଣ, କେନ୍ଦ୍ରାପଡ଼ାରୁ ୧୮ଜଣ, କେନ୍ଦୁଝରରୁ ୪ଜଣ, କୋରାପୁଟରୁ ୩ଜଣ, ମାଲକାନଗିରିରୁ ଜଣେ, ମୟୁରଭଞ୍ଜରୁ ୫୨ଜଣ, ନବରଙ୍ଗପୁରରୁ ୫ଜଣ, ନୟାଗଡ଼ରୁ ୧୮ଜଣ, ନୂଆପଡ଼ାରୁ ୧୧ଜଣ, ପୁରୀରୁ ୪୪ଜଣ, ରାୟଗଡ଼ା ଜିଲ୍ଲାରୁ ୧୩ ଜଣ, ସମ୍ବଲପୁରରୁ ୫୮ଜଣ, ସୋନପୁରରୁ ୩୧ଜଣ, ସୁନ୍ଦରଗଡରୁ ୧୧୧ଜଣ, ଷ୍ଟେଟ ପୁଲ୍‌ରୁ ୭୬ ଜଣ ରହିଛନ୍ତି ।

Khansweb Solution Bhubaneswar

Leave A Reply

Your email address will not be published.