ଛତିଶଗଡ଼ରେ ଭୂକମ୍ପ ଝଟକା
ରାୟପୁର,୪।୮: ଛତିଶଗଡର ସୁରଜପୁର ଅଞ୍ଚଳରେ ଗୁରୁବାର ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍ରେ ଏହାର ତୀବ୍ରତା ୩.୦ ଥିଲା। ଏହି ଭୂକମ୍ପରେ କୌଣସି କ୍ଷୟକ୍ଷତି ହୋଇ ନ ଥିବା ଜଣାପଡିଛି। ଭୂକମ୍ପର କେନ୍ଦ୍ରସ୍ଥଳ ଭୂପୃଷ୍ଠ ଠାରୁ ପ୍ରାୟ ୧୦ କିଲୋମିଟର ଗଭୀରରେ ଥିଲା ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ରର ଅଧିକାରୀମାନେ ସୂଚନା ଦେଇଛନ୍ତି।
ଭୂକମ୍ପ ଝଟ୍କା ଅନୁଭୂତ ହେବା ପରେ ଲୋକେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ। ଗତ ଏକ ମାସ ମଧ୍ୟରେ ତୃତୀୟ ଥର ପାଇଁ ରାଜ୍ୟର ଉତ୍ତର ଅଞ୍ଚଳର ଜିଲାଗୁଡିକରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି।

**mitolyn**
Mitolyn is a carefully developed, plant-based formula created to help support metabolic efficiency and encourage healthy, lasting weight management.