banner
Breaking

ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଦୁଇଟି ପୁସ୍ତକ ଉନ୍ମୋଚିତ

0

ଭୁବନେଶ୍ବର, ୫ା୮(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ନବୀନ ନିବାସଠାରେ ବୈଷ୍ଣବ ପ୍ରସାଦ ମହାନ୍ତିଙ୍କ ଲିଖିତ ୨ଟି ପୁସ୍ତକ ‘ଶେଷ ଚିଠି’ ଓ ‘ଭାଗବତ କଥାମୃତ’ ଉନ୍ମୋଚନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏହି ଅବସରରେ ମହାନ୍ତିଙ୍କୁ ତାଙ୍କ ସାରସ୍ବତ କୃତି ପାଇଁ ଅଭିନନ୍ଦନ ଜଣାଇବା ସହ ଆଗାମୀ ଦିନରେ ଲେଖା ଜାରି ରଖିବା ପାଇଁ ପରାମର୍ଶ ଦେଇଛନ୍ତି। ଶେଷ ଚିଠି ଏକ କ୍ଷୁଦ୍ର ଗଳ୍ପ ସଂକଳନ। ଏଥିରେ ଉପକୂଳ ଓଡ଼ିଶାର ଅର୍ଦ୍ଧ ଶତାଦ୍ଦୀ ତଳର ସାମାଜିକ, ସାଂସ୍କୃତିକ ଓ ଆର୍ଥିକ ଅବସ୍ଥାର ନିଚ୍ଛକ ଚିତ୍ର ପ୍ରତିଫଳିତ ହୋଇଛି। ୨୩ଟି ଗଳ୍ପର ସମାହାରରେ ପ୍ରକାଶିତ ଏହି ପୁସ୍ତକଟି ପାଠକଙ୍କୁୁ ହଜିଯାଇଥିବା ଏକ ସମୟର ପରିଧିକୁ ଫେରାଇ ନେବାରେ ସକ୍ଷମ ହୋଇପାରିଛି। ବିଶିଷ୍ଟ ସାହିତି୍ୟକ ରାମଚନ୍ଦ୍ର ବେହେରା ଏହି ପୁସ୍ତକର ‘ଭୂମିକା’ ଲେଖିଛନ୍ତି। ଭାଗବତ କଥାମୃତ ଏକ ଆଧ୍ୟାତ୍ମିକ ଧର୍ମୀ ପୁସ୍ତକ। ଏଥିରେ ଭାଗବତର ବିଭିନ୍ନ ପ୍ରସଙ୍ଗକୁ ଆଧାରକରି ୪୪ଟି ଆଧ୍ୟାତ୍ମକ କଥାବସ୍ତୁ ସ୍ଥାନ ପାଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏହି ପୁସ୍ତକରେ ନିଜର ଅଭିମତ ରଖିଛନ୍ତି। ଲେଖକ ମହାନ୍ତି ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରାକ୍ତନ ନିର୍ଦ୍ଦେଶକ ତଥା ମୁଖ୍ୟମନ୍ତ୍ରୀଙ୍କ ଲୋକ ସମ୍ପର୍କ ଅଧିକାରୀ ଭାବେ ଦୀର୍ଘଦିନ କାର୍ଯ୍ୟ କରିଥିଲେ।

Khansweb Solution Bhubaneswar

Leave A Reply

Your email address will not be published.