banner
Breaking

ବାତ୍ୟା ପାଇଁ ଛୁଟି ବାତିଲ

0

ଭୁବନେଶ୍ୱର : ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ବାତ୍ୟାରେ ପ୍ରଭାବିତ ହେବାକୁ ଥିବା ଜିଲାଗୁଡିକୁ ସତର୍କ ରହିବାକୁ ସମସ୍ତ ଜିଲାପାଳଙ୍କୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ତେବେ ଜିଲାର ସରକାରୀ ଅଧିକାରୀମାନଙ୍କ ଛୁଟି ବାତିଲ ହୋଇଥିବା ବେଳେ ୨୩ରୁ ୨୫ ପର୍ଯ୍ୟନ୍ତ କର୍ମଚାରୀଙ୍କୁ ହେଡକ୍ୱାଟର ଛାଡିବା ମନା କରାଯାଇଛି।
ସୂଚନାଯୋଗ୍ୟ,ଆଣ୍ଡାମାନ ସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସୋମବାର ତୁଳନାରେ ମଙ୍ଗଳବାର ଅଧିକ ଘନୀଭୂତ ହେବାରେ ଲାଗିଛି। ଆଗାମୀ ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହା ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତରେ ପରିଣତ ହୋଇପାରେ। ଏହା ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

Khansweb Solution Bhubaneswar

Leave A Reply

Your email address will not be published.