ଭୁବନେଶ୍ୱର : ନୀଳାଦ୍ରି ବିହାର ସେକ୍ଟର ତିନି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଶିଶୁ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରତିଷ୍ଠାତା ଦୀନବନ୍ଧୁ ସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଦୂରଦର୍ଶନ କେନ୍ଦ୍ରର ପୂର୍ବତନ ନିର୍ଦ୍ଦେଶକ ନୀଳାଦ୍ରି ମୋହନ ଶତପଥୀ, ସମ୍ମାନିତ ଅତିଥି ଭାବେ ଅଧ୍ୟାପକ ଚିରଞ୍ଜନ ସାହୁ, ଶିକ୍ଷାବିତ୍ ଡ଼ ମନୋଜ କୁମାର ଦାସ, ସାମ୍ବାଦିକ ସୁକାନ୍ତ ରାଉତ ପ୍ରମୁଖ ଯୋଗଦେଇ ଶିଶୁ ମାନଙ୍କର ଶିକ୍ଷାଦାନ ପଦ୍ଧତି ଓ ପ୍ରତିଭା ବିକାଶ ଉପରେ ଆଲୋକପାତ କରିଥିଲେ । ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ନାଚ, ଗୀତ, କୌତୁହଳ ପୋଷାକ ଓ ବକ୍ତୁତା ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା । ପ୍ରଥମ, ଦ୍ୱତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା । କୁନିକୁନି ପିଲା ମାନଙ୍କ ଦ୍ୱାରା ପରିବେଶିତ ନାଚ ବେଶ୍ ଚିାକର୍ଶକ ହୋଇଥିଲା । କାର୍ଯ୍ୟକ୍ରମକୁ ଗୁରୁମା ଦୀପ୍ତିମୟି ସିଂହ, ସୁନୀତା ସାହୁ, ରାଜଲକ୍ଷ୍ମୀ ମହାରଣା, ଲୋପାମୁଦ୍ରା ଧଳ ଓ ସସ୍ମିତା ସାହୁ ପରିଚାଳନା କରିଥିଲେ ।
Breaking
ଓଡିଶାରେ ଡିଜିଟାଲ ମିଡ଼ିଆ ଓନର୍ସ ଆସୋସିଏସନ୍ ଗଠିତ, ଭୁବନେଶ୍ୱର ଠାରେ ଲୋଗୋ ଉନ୍ମୋଚିତ, ସମସ୍ତ ମାଲିକ ଓ ସମ୍ପାଦକ ସାମିଲ ହେବାକୁ ଆହ୍ୱାନକୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍
