ନୂଆଦିଲ୍ଲୀ: ଜାନୁଆରୀ ୩୧ରୁ ସଂସଦର ବଜେଟ ଅଧିବେଶନ ଆରମ୍ଭ ହେବ। ବଜେଟ ଅଧିବେଶନ ଏପ୍ରିଲ ୬ ପର୍ଯ୍ୟନ୍ତ ଚାଲିବା ସମ୍ଭାବନା ରହିଛି। ଫେବୃଆରୀ ୧ରେ ଉପସ୍ଥାପିତ ହେବ କେନ୍ଦ୍ର ବଜେଟ। ରାଷ୍ଟ୍ରପତିଙ୍କ ଅଭିଭାଷଣରୁ ଆରମ୍ଭ ହେବ ବଜେଟ ଅଧିବେଶନ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସଂସଦର ଉଭୟ ଗୃହକୁ ସମ୍ବୋଧନ କରିବେ। ସଂସଦରେ ପ୍ରଥମ ଥର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅଭିଭାଷଣ ରଖିବେ ବୋଲି ସୂଚନା ମିଳିଛି।




