banner
Breaking

ଆଜି ମୁଖ୍ୟମନ୍ତ୍ରୀଙ୍କ କେନ୍ଦୁଝର ଗସ୍ତ

1

କେନ୍ଦୁଝରଗଡ଼ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନିକିଆ କେନ୍ଦୁଝର ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟନ ସହ କେତେକ ପ୍ରକଳ୍ପର ଶିଳାନ୍ୟାସ କରିବେ। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ଗସ୍ତ ଦିନକ ପୂର୍ବରୁ କେନ୍ଦୁଝରର ଧରଣୀଧର ବିଶ୍ୱବିଦ୍ୟାଳୟ ଘୋଷଣା କରି ମୁଖ୍ୟମନ୍ତ୍ରୀ ଜିଲାବାସୀଙ୍କୁ ଉପହାର ଦେଇଛନ୍ତି । ଏକ ଭିଡିଓ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଧରଣୀଧର ସ୍ୱୟଂଶାସିତ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟ ଘୋଷଣା କରିଥିବା ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳିବା କିଛି ସମୟ ପରେ ଜିଲା ପ୍ରଶାସନ ପକ୍ଷରୁ ମଧ୍ୟ ଟୁଇଟ୍‌ କରି ଅନୁରୂପ ଭାବେ ଧରଣୀଧର ସ୍ୱୟଂଶାସିତ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟ ଘୋଷଣା କରିଥିବାରୁ ଜିଲାବାସୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କରାଯାଇଛି । ତେବେ ରାଜ୍ୟ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ ସହ ଜଡିଥିବା କେନ୍ଦୁଝରକୁ ପୃଥକ କରାଯାଇ କେନ୍ଦୁଝରରେ ନୂତନ ଭାବେ ଧରଣୀଧର ବିଶ୍ୱବିଦ୍ୟାଳୟ ଗଠନ କରାଯିବା ନେଇ ଘୋଷଣା କରାଯିବା ସହ ଏହା ଓଡିଶା ଗେଜେଟରେ ବିଜ୍ଞପ୍ତି ପ୍ରକାଶ ପାଇବା ଦିନଠାରୁ କାର୍ଯ୍ୟକାରୀ ହେବବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପତ୍ରରେ ଉଲ୍ଲେଖ କରାଯାଇଛି। ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ କେନ୍ଦୁଝର ଗସ୍ତ ପୂର୍ବରୁ ପୂର୍ବତନ ମନ୍ତ୍ରୀ ତଥା ଘସିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କ ନେତୃତ୍ୱରେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ, ପାଟଣା ବିଧାୟକ ତଥା ଜିଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଜଗନ୍ନାଥ ନାଏକ ଓ ଚମ୍ପୁଆ ବିଧାୟିକା ମିନାକ୍ଷୀ ମହାନ୍ତ ମଙ୍ଗଳବାର ଭୁବନେଶ୍ୱର ଠାରେ ପହଞ୍ଚି ଧରଣୀଧର ସ୍ୱୟଂଶାସିତ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟ ଘୋଷଣା ସହ ଜିଲାର ୪୭ଟି ମହାବିଦ୍ୟାଳୟର ସ୍ନାତ୍ତକ ବିଭାଗକୁ ଏହି ବିଶ୍ୱବିଦ୍ୟାଳୟ ଅଧିନରେ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି ଉପସ୍ଥାପନ କରିଥିଲେ । ଏଥିସହ ସୁଲେଇଖମାରଠାରେ କାର୍ଯ୍ୟକ୍ଷମ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ କେନ୍ଦୁଝର ପରିସରକୁ ଉଛେଦ କରି ସେଠାରେ ନିଯୁକ୍ତ ସମସ୍ତ ଅଧ୍ୟାପକ, କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କୁ ନେଇ ଧରଣୀଧର ବିଶ୍ୱବିଦ୍ୟାଳୟ ମୁଖ୍ୟ ପରିସର ସହ ସ୍ନାତ୍ତକୋତ୍ତର ବିଭାଗ ଏବଂ କୁଳପତିଙ୍କ କାର୍ଯ୍ୟାଳୟ କାର୍ଯ୍ୟକ୍ଷମ ହେବାନେଇ ବିଧାୟକଗଣ ପ୍ରସ୍ତାବରେ ଉଲ୍ଲେଖ କରିଥିଲେ ।

Khansweb Solution Bhubaneswar
1 Comment
  1. mitolyn official says

    **mitolyn official**

    Mitolyn is a carefully developed, plant-based formula created to help support metabolic efficiency and encourage healthy, lasting weight management.

Leave A Reply

Your email address will not be published.