ଓଡ଼ିଶାରେ ପହଞ୍ଚିଲେ ରାଷ୍ଟ୍ରପତି
ବାରିପଦା : ଜନ୍ମମାଟି ମୟୁରଭଞ୍ଜ ଜିଲାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଗୁରୁବାର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଆସି ରାଇରଙ୍ଗପୁର ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇଛନ୍ତି। ପହଞ୍ଚିବା ପରେ ରାଷ୍ଟ୍ରପତିଙ୍କୁ ସ୍ବାଗତ ସମ୍ଭର୍ଦ୍ଧନା ଦିଆଯାଇଛି। ରାଜ୍ୟପାଳ ପ୍ରଫେସର ଗଶେଶୀ ଲାଲ ଏବଂ କେନ୍ଦ୍ର ମନ୍ତ୍ରୀ ବିଶେଶ୍ୱର ଟୁଡୁ ରାଷ୍ଟ୍ରପତିଙ୍କୁ ସ୍ବାଗତ କରିଛନ୍ତି। ରାଷ୍ଟ୍ରପତି ହେବା ପରେ ଏହା ଦ୍ରୌପଦୀ ମୁର୍ମୁଙ୍କ ପ୍ରଥମ ମୟୂରଭଞ୍ଜ ଗସ୍ତ ହୋଇଥିବାରୁ ସେଠାରେ ଲୋକଙ୍କ ଭିତରେ ନାହିଁ ନଥିବା ଉତ୍ସାହ ପରିଲକ୍ଷିତ ହୋଇଛି।
ସୂଚନାଯୋଗ୍ୟ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାରଠାରୁ ୩ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିଛନ୍ତି।

04vk3k
3x7i3m
skho7f