ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।
ମେଷ:-ଆଜି ଆପଣଙ୍କ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ କରିବା ସକାଶେ ତପ୍ତର ରହିବେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବା ସକାଶେ ନିଷ୍ପତ୍ତି ନେଇପାରନ୍ତି । ସ୍ବାସ୍ଥ୍ୟରେ ସାମାନ୍ୟ ବତିକ୍ରମ ଦେଖା ଦେଇପାରେ । ସଙ୍ଗୀତ ଓ ଚଳଚ୍ଚିତ୍ର ଦର୍ଶନରୁ ଆନନ୍ଦ ଉପଭୋଗ କରିବେ ।
ବୃଷ:- ବନ୍ଧୁମାନଙ୍କ ପରାମର୍ଶ ଅନୁଯାୟୀ ହଠାତ୍ ନୂତନ ଯୋଜା ଆରମ୍ଭ କରିପାରନ୍ତି । ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ବହୁତଗୁଡିଏ କାମ ହାତକୁ ନେବା ଦ୍ୱାରା ଟେନସନ ବୃଦ୍ଧି ପାଇବ । କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବ,ମାତ୍ର ତାହା ନିଜ ସପକ୍ଷରେ ଯିବାର ସମ୍ଭାବନା ରହିଛି ।
ମିଥୁନ:-ଆଜି ମନ ପ୍ରଫୁଲ୍ଲ ରହିବ। ଶ୍ରୁତିମଧୁର କଥା କହି ପରକୁ ଆପଣାର କରିବେ । ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ କିନ୍ତୁ ପରିବାରରେ ବିବାଦୀୟ ପରିସ୍ଥିତିର ସୂଚନା ରହିଛି । ସାମାଜିକ ଓ ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ । ସରକାରୀ କ୍ଷେତ୍ରରୁ ଉପକୃତ ହେବେ ।
କର୍କଟ:-ଆଜି ଆପଣଙ୍କ ମାନସିକ ସ୍ଥିତି ବିଶେଷ ଭଲ ରହି ନ ପାରେ । ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇବେ । ହାତକୁ ନେଇଥିବା କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବାରେ ସମ୍ପର୍କୀୟ ବ୍ୟକ୍ତିଙ୍କ ସାହାଯ୍ୟ ମିଳିବ । ଶିଳ୍ପ, ବାଣିଜ୍ୟରେ ସଫଳତା ହାସଲ କରିବେ ।
ସି˚ହ:- କର୍ମକ୍ଷେତ୍ରରେ ଉଚ୍ଚ ଆଶା କରି ନିରାଶ ହେବେ । ପାରସ୍ପରିକ ମତଭେଦ କାରଣରୁ ଘରୋଇ ସମସ୍ୟା ହେତୁ ମାନସିକ ଶାନ୍ତି ବ୍ୟାହତ ହେବ । ଦୀର୍ଘ ଦିନରୁ ଚାହୁଁଥିବା ସୁଯୋଗ ହାତଛଡା ହୋଇପାରେ । ବହୁତ ଦିନହେଲା ସ୍ଥଗିତ କାମ ସକାଶେ ମନସ୍ତାପ କରିପାରନ୍ତି ।
କନ୍ୟା:-ଆଜି ପରିବାରରେ ଅଶାନ୍ତିର ବାତାବରଣରୁ ଦୁଃଖୀ ହୋଇ ପାରନ୍ତି । ସାମାଜିକ ସ୍ତରରେ ଧର୍ମକାର୍ଯ୍ୟ କରି ଏବଂ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ । ବନ୍ଧୁ ମାନେ ନିଜର ଫାଇଦା ହାସଲ କରିବା ଲାଗି ମନ ବଳାଇପାରନ୍ତି । ବ୍ୟବସାୟ କିମ୍ବା ପରିବହନରେ ଝଗଡା ଲାଗିପାରେ ।
ତୁଳା:-ବିଭିନ୍ନ ଯୋଜନାର ଯେଉଁ କାମ ହାତକୁ ନେବେ ସେହି ଦିଗରେ ଶନିଙ୍କ ପ୍ରଭାବରେ ବିଜାତୀୟବ୍ୟକ୍ତିଙ୍କ ସାହାଯ୍ୟ,ସହଯୋଗ ବିଶେଷଭାବେ ରହିବ । ବ୍ୟବସାୟ ଓ ବାଣିଜ୍ୟରେ ଉନ୍ନତି ଘଟିବ ଏବଂ ନିର୍ମାଣ କାର୍ଯ୍ୟ ମଧ୍ୟ ଅଟକିବ ନାହିଁ । ଆଜି ଆନୁଷ୍ଠାନିକ କ୍ଷେତ୍ରରେ ବନ୍ଧୁ ମିଳନରୁ ଉତ୍ସାହିତ ହେବେ ।
ବିଛା:-ଚନ୍ଦ୍ରଙ୍କ ପ୍ରଭାବରେ ଭାବ ପ୍ରବଣତାରେ ଭାସିଯାଇ ଆପଣଙ୍କର କୌଣସି ମନ୍ତବ୍ୟକୁ ବନ୍ଧୁ ନାପସନ୍ଦ କରିପାରନ୍ତି । କାର୍ଯ୍ୟହାନି କାରଣରୁ ମାନସିକସ୍ଥିତି କେତେକାଂଶରେ ଠିକ୍ ରହି ନ ପାରେ । ବ୍ୟବସାୟ କ୍ଷେତ୍ରରେ ଅର୍ଥାତ୍ କିଣାବିକାରେ ସତର୍କ ନ ହେଲେ ଠକାମିରେ ପଡିପାରନ୍ତି । ପୁରୁଣା କଥାରୁ ଓଲଟା ଫଳ ପାଇବେ।
ଧନୁ:-ଆଜି ପରିବାର ଓ କର୍ମକ୍ଷେତ୍ରକୁ ଶୃଙ୍ଖଳିତ କରିରଖିବ । କିନ୍ତୁ ମାନସିକ ଦୁଶ୍ଚିନ୍ତା ବଢିଯିବା ଦ୍ୱାରା କାମଗୁଡିକ ମଧ୍ୟ ଶୃଙ୍ଖଳିତ ହେବ ନାହିଁ । ବୃହସ୍ପତି ନୀଚଭାବରେ ବଳହୀନ ହୋଇଥିବାରୁ ସ୍ବାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ ନ କଲେ ଆପଣଙ୍କୁ ବହୁମୂଲ୍ୟ ଦେବାକୁ ପଡିପାରେ ।
ମକର:-ଆଜି ଉଚ୍ଚ ଚିନ୍ତା କରିବେ ଏବଂ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ । କିନ୍ତୁ ଆତ୍ମୀୟ ମାନଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରି ପାରନ୍ତି । ଦୀର୍ଘଦିନରୁ ବାକି ରହିଯାଇଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ପିଲାଙ୍କ ଆଚରଣଗତ ତ୍ରୁଟିରୁ ସମସ୍ୟା ଆସିବା ଦ୍ୱାରା କଷ୍ଟ ପାଇବେ।
କୁମ୍ଭ:-ସାଧାରଣ କଥାରେ ଆତ୍ମୀୟସ୍ବଜନ ଦୂରେଇ ଯାଇପାରନ୍ତି, ମାତ୍ର ଉଚ୍ଚସ୍ତରରେ ସମ୍ପର୍କ ବୃଦ୍ଧି ପାଇବ । ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ କିନ୍ତୁ ବାଧା,ବିଘ୍ନ ଓ ପ୍ରତିବନ୍ଧକ ଲାଗିରହିବ । ଅର୍ଥସମ୍ପର୍କକୁ କିମ୍ବା ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ଝଡ ଉଠିପାରେ । ପର କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କାମ କରିପାରନ୍ତି ।
ମୀନ:-ଅପ୍ରିୟ ସତ୍ୟଭାଷଣରୁ କର୍ମକ୍ଷେତ୍ରରେ ସମସ୍ୟାରେ ପଡ଼ି ଅପଦସ୍ଥ ହୋଇପାରନ୍ତି । ଆନୁଷ୍ଠାନିକ କିମ୍ବା ସାମାଜିକ ସ୍ତରରେ କିମ୍ବା ରାଜନୀତିରେ ଚେଷ୍ଟା କଲେ ସଫଳତା ହାସଲ କରିପାରିବେ । ବିଶୃଙ୍ଖଳିତ ପୁତ୍ରକନ୍ୟାଙ୍କ ହେତୁ କେତେକ ସମସ୍ୟାକୁ ନେଇ ଚିନ୍ତିତ ହୋଇପାରନ୍ତି । ତରବରିଆ ଭାବେ କୌଣସି କାମ କରନ୍ତୁ ନାହିଁ।