ଭୁବନେଶ୍ବର,(ଓଡ଼ିଆ ନ୍ୟୁଜ) : ଗୁରୁବାର ପୂର୍ବାହ୍ନ ୧୦.୪୫ରେ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଡକାଯାଇଛି। କରୋନାର ମୁକାବିଲା ପାଇଁ ରାଜ୍ୟ ସରକାର ଆଉ କେତେକ ନିଷ୍ପତ୍ତି ଘୋଷଣା କରିବେ। ସାମାଜିକ ଦୂରତ୍ବ ବଜାୟ ରଖିବା ପାଇଁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ ରାଜଧାନୀରେ ଥିବା କ୍ୟାବିନେଟ ମନ୍ତ୍ରୀମାନେ ଲୋକସେବା ଭବନ ଏବଂ ବାହାରେ ଥିବା ମନ୍ତ୍ରୀମାନେ ସେହିଠାରେ ଭିଡିଓ କନଫରେନ୍ସିଂରେ ଉପସ୍ଥିତ ରହିବେ। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ଦୃଷ୍ଟିରୁ ଲୋକଙ୍କ ସୁରକ୍ଷା ପାଇଁ ବୈଠକରେ ଲକ ଡାଉନ ସମୟ ଅବଧି ବୃଦ୍ଧି ସଂକ୍ରାନ୍ତ ନିଷ୍ପତ୍ତି ନିଆଯିବାର ଯଥେଷ୍ଟ ସମ୍ଭାବନା ରହିଛି। ସେହିପରି ବିଧାୟକଙ୍କ ଆଞ୍ଚଳିକ ଉନ୍ନୟନ ପାଣ୍ଠି ଅର୍ଥ ଏକବର୍ଷ ପାଇଁ ବନ୍ଦ ରଖିବା ସହ ମନ୍ତ୍ରୀ, ବିଧାୟକଙ୍କ ଦରମା ହ୍ରାସ ସହ ଅନ୍ୟାନ୍ୟ ଆର୍ଥିକ ନିଷ୍ପତ୍ତି ନିଆଯିବ। ରାଜ୍ୟବାସୀଙ୍କୁ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣ, ସ୍ବାସ୍ଥ୍ୟସେବା ପ୍ରଦାନ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ସମେତ ଅଧିକ ଲୋକଙ୍କୁ ରନ୍ଧା ଖାଦ୍ୟ ଯୋଗାଇ ଦେବା ଓ ଅର୍ଥନୈତିକ ଦୁର୍ବଳ ଶ୍ରେଣୀର ଲୋକମାନଙ୍କ ପାଇଁ ଆର୍ଥିକ ସହାୟତା ପ୍ରଦାନ ନେଇ ନିଷ୍ପତ୍ତି ହେବା ସମ୍ଭାବନା ରହିଛି।
Breaking
ଓଡିଶାରେ ଡିଜିଟାଲ ମିଡ଼ିଆ ଓନର୍ସ ଆସୋସିଏସନ୍ ଗଠିତ, ଭୁବନେଶ୍ୱର ଠାରେ ଲୋଗୋ ଉନ୍ମୋଚିତ, ସମସ୍ତ ମାଲିକ ଓ ସମ୍ପାଦକ ସାମିଲ ହେବାକୁ ଆହ୍ୱାନକୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍
