ଭୁବନେଶ୍ଵର,୧୧/୪(ଓଡ଼ିଆ ନ୍ୟୁଜ) : ଆଜିଠାରୁ ଭୁବନେଶ୍ୱରର ବିଭିନ୍ନ ସ୍କୁଲରେ କରୋନା ଟେଷ୍ଟ ପାଇଁ ନମୁନା ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି । ରାଜଧାନୀର ୫ଟି ସ୍କୁଲ୍ରେ ମେଡିକାଲ୍ ଟିମ୍ ସନ୍ଦିଗ୍ଧଙ୍କ ଠାରୁ ନମୁନା ସଂଗ୍ରହ କରୁଛନ୍ତି। ଆଜି ସକାଳ ୯ରୁ ମଧ୍ୟାହ୍ନ ୧୨ ଓ ଅପରାହ୍ନ ୩ ରୁ ୫ଟା ଯାଏଁ କରୋନା ସନ୍ଦିଗ୍ଧଙ୍କ ଠାରୁ ନମୁନା ସଂଗ୍ରହ କରାଯିବ । ଭୁବନେଶ୍ୱରରେ କୋଭିଡ-୧୯ ର ଟେଷ୍ଟ ପାଇଁ ୪୦୦୦ ଟେଷ୍ଟ୍ କିଟ୍ ପହଞ୍ଚିବା ପରେ ଏହି ପଦକ୍ଷେପ ନିଆଯାଇଛି। ବିଶେଷ କରି ଯେଉଁ ଲୋକମାନଙ୍କର ଟ୍ରାଭେଲ୍ ହିଷ୍ଟ୍ରୀ ରହିଥିବ ଓ ଯେଉଁମାନେ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବେ, ସେମାନଙ୍କର ସ୍ୱାବ ନମୁନା ସଂଗ୍ରହ କରାଯାଇ ଟେଷ୍ଟ ପାଇଁ ପଠାଯିବ ବୋଲି ଜଣାପଡିଛି।ରାଜଧାନୀ ଭୁବନେଶ୍ଵରର ୫ ଟି ସ୍କୁଲ ମଧ୍ୟରେ ଝାରପଡା ପ୍ରାଥମିକ ବିଦ୍ୟାଳୟ, ଚନ୍ଦ୍ରଶେଖରପୁର ସରକାରୀ ହାଇସ୍କୁଲ, ସହିଦ ନଗର ସରକାରୀ ହାଇସ୍କୁଲ, ଗଣ୍ଡମୁଣ୍ଡା ୟୁଜି ହାଇସ୍କୁଲ ଓ ନୟାପଲ୍ଲୀ ମମତାଜ ଅଲୀ ହାଇସ୍କୁଲ ରହିଛି। ଏହି ସବୁ ସ୍କୁଲରେ ଆଗାମୀ ୧୭ ତାରିଖ ଯାଏ ମେଡିକାଲ୍ ଟିମ୍ ନମୁନା ସଂଗ୍ରହ କରିବେ। ଏହି ସମୟରେ ସ୍କୁଲ୍ର ଦୁଇ ଜଣ ଶିକ୍ଷକ, ଜଣେ ସ୍ୱିପର ଓ ଜଣେ ଓ୍ୱାଚ୍ମ୍ୟାନ୍ ଉପସ୍ଥିତ ରହିବେ। ଏନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଗତକାଲି ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖିଥିଲେ ।
Breaking
ଚନ୍ଦ୍ରଶେଖରପୁରରେ ମହାଆଡମ୍ବରରେ ପାଳିତ ହେବ ଶ୍ରୀରାମ ନବମୀ ଉତ୍ସବଓଡିଶାରେ ଡିଜିଟାଲ ମିଡ଼ିଆ ଓନର୍ସ ଆସୋସିଏସନ୍ ଗଠିତ, ଭୁବନେଶ୍ୱର ଠାରେ ଲୋଗୋ ଉନ୍ମୋଚିତ, ସମସ୍ତ ମାଲିକ ଓ ସମ୍ପାଦକ ସାମିଲ ହେବାକୁ ଆହ୍ୱାନକୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛି
