banner
Breaking

କରୋନା ଯୋଦ୍ଧାଙ୍କୁ ଅର୍ଥରାଶି ସହିତ ମିଳିବ ରାଷ୍ଟ୍ରୀୟ ସମ୍ମାନ-ମୁଖ୍ୟମନ୍ତ୍ରୀ

ଘରେ ରୁହନ୍ତୁ ସୁରକ୍ଷିତ ରୁହନ୍ତୁ

0

ଭୁବନେଶ୍ୱର,(ଓଡ଼ିଆ ନ୍ୟୁଜ): କରୋନା(କୋଭିଡ-୧୯) ସଂକ୍ରମଣକୁ ପ୍ରତିରୋଧ କରିବା ପାଇଁ କାର୍ଯ୍ୟକରୁଥିବା କରୋନା ଯୋଦ୍ଧା ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଏକ ବଡ଼ ଘୋଷଣା କରିଛନ୍ତି। ଏକ ଭିଡିଓ ବାର୍ତ୍ତାରେ ସେ କହିଛନ୍ତି ଯେ, ଆଗଧାଡ଼ିରେ କାର୍ଯ୍ୟ କରୁଥିବା ଡାକ୍ତର , ସ୍ବାସ୍ଥ କର୍ମୀଙ୍କ ମୃତ୍ୟୁ ଘଟିଲେ ପରିବାରକୁ ୫୦ ଲକ୍ଷ ଟଙ୍କାସହ ଅବସର ଯାଏ ପୂରା ଦରମା ମିଳିବ। ଯଦି ଏହି କରୋନା ଯୁଦ୍ଧରେ ଡାକ୍ତର ଓ ସ୍ବାସ୍ଥକର୍ମୀଙ୍କ ମୃତ୍ୟୁ ଘଟିଲା ସହିଦ ମର୍ଯ୍ୟାଦା ମିଳିବ। ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ କରାଯିବ। ଡାକ୍ତରଙ୍କୁ ଆକ୍ରମଣ  ନେଇ ଚରମ ଚେତାବନୀ ମଧ୍ୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀଙ୍କ ପ୍ରତି ଆକ୍ରମଣ ରାଜ୍ୟ ପ୍ରତି ଆକ୍ରମଣ ସଦୃଶ। ଡାକ୍ତରଙ୍କୁ ଆକ୍ରମଣ କଲେ କାର୍ଯ୍ୟରେ ବାଧା ଦେଲେ କଡ଼ା କାର୍ଯ୍ୟାନୁଷ୍ଠାନ ସହ ଆକ୍ରମଣକାରୀଙ୍କ ବିରୋଧରେ ଜାତୀୟ ସୁରକ୍ଷା ଆଇନ ଲାଗୁ ହେବ। କରୋନା ଯୋଦ୍ଧାଙ୍କ ପଛରେ ସାରା ରାଜ୍ୟ ରହିଛି ବୋଲି  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି  ।

Khansweb Solution Bhubaneswar

Leave A Reply

Your email address will not be published.