ଭୁବନେଶ୍ଵର,୨୯/୪(ଓଡ଼ିଆ ନ୍ୟୁଜ) : ୧୪ ଦିନର ନିରବତା ପରେ ପୁଣିଥରେ ଭୁବନେଶ୍ଵରକୁ ପଞ୍ଝା ବଢାଇଛି କରୋନା ଭାଇରସ । ଆଜି ସକାଳେ ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ୱେବସାଇଟରେ ଏହି ସୂଚନା ଦିଆଯାଇଛି । ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସଂପର୍କ ବିଭାଗ ଟ୍ବିଟରରେ ଦିଆଯାଇଥିବା ସୂଚନା ଅନୁସାରେ ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣଙ୍କ ଭୁବନେଶ୍ଵରର ମଧୁସୂଦନ ନଗର ଅଞ୍ଚଳର ୭୭ ବର୍ଷିଅ ବୃଦ୍ଧ ଅଟନ୍ତି । ସେ ରାଜ୍ୟର ୪୧ ନମ୍ବର କରୋନା ଆକ୍ରାନ୍ତଙ୍କ ସଂପର୍କୀୟ । ଏଥି ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୯ରେ ପହଞ୍ଚିଛି । ଭୁବନେଶ୍ଵରରୁ ଆଜି ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ଖୋର୍ଦ୍ଧା ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୭କୁ ବୃଦ୍ଧି ପାଇଛି । ଅନ୍ୟପଟେ ରାଜ୍ୟରେ ୩୮ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୮୦ ଜଣ ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଏବଂ ଜଣଙ୍କର ମୃତ୍ୟୁ ଘଟିଛି।
Breaking
ଚନ୍ଦ୍ରଶେଖରପୁରରେ ମହାଆଡମ୍ବରରେ ପାଳିତ ହେବ ଶ୍ରୀରାମ ନବମୀ ଉତ୍ସବଓଡିଶାରେ ଡିଜିଟାଲ ମିଡ଼ିଆ ଓନର୍ସ ଆସୋସିଏସନ୍ ଗଠିତ, ଭୁବନେଶ୍ୱର ଠାରେ ଲୋଗୋ ଉନ୍ମୋଚିତ, ସମସ୍ତ ମାଲିକ ଓ ସମ୍ପାଦକ ସାମିଲ ହେବାକୁ ଆହ୍ୱାନକୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛି
