ଭୁବନେଶ୍ଵର : ରାଜ୍ୟରେ ଆଉ ଜଣେ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣଙ୍କ ଯାଜପୁର ଜିଲାର ଏବଂ ସେ ଜଣେ ୫୮ବର୍ଷୀୟ ପୁରୁଷ ହୋଇଥିବା ଜଣାପଡ଼ିଛି। ନିକଟରେ ସେ ପଶ୍ଚିମବଙ୍ଗରୁ ଫେରିଥିଲେ। ଏଥିସହ ଓଡ଼ିଶାରେ କରୋନା ରୋଗୀଙ୍କ ସଂଖ୍ୟା ୧୭୬କୁ ବୃଦ୍ଧି ପାଇଥିବା ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।




