banner
Breaking

ଏମ୍ସ ଭୁବନେଶ୍ୱର ପକ୍ଷରୁ ସୁଶାସନ ଦିବସ ପାଳନ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି

0

ଭୁବନେଶ୍ୱର, : ପୂର୍ବତନ ପ୍ରଧାନମନ୍ତ୍ରୀ, କିମ୍ବଦନ୍ତୀ ପୁରୁଷ, ବିଶିଷ୍ଟ ରାଜନେତା ଭାରତରତ୍ନ ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କର ୯୮ତମ ଜନ୍ମବାର୍ଷିକୀ ଅବସରରେ ଏମ୍ସ ଭୁବନେଶ୍ବର ପକ୍ଷରୁ ଗତକାଲି ସୁଶାସନ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଯୁଗଦ୍ରଷ୍ଟା ଅଟଳ ବିହାରୀଙ୍କୁ ଏମ୍ସ ଭୁବନେଶ୍ବର ପକ୍ଷରୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରାଯାଇଛି।
ଏନେଇ ଗତକାଲି ଏମ୍ସ ଭୁବନେଶ୍ବର ପରିସରରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଉପସ୍ଥିତ ଅତିଥିମାନେ ଭାରତରତ୍ନ ଅଟଳ ବିହାରୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହିତ ଏମ୍ସ ଭଳି ଏକ ବିଶ୍ବସ୍ତରୀୟ ସ୍ବାସ୍ଥ୍ୟସେବା ଅନୁଷ୍ଠାନ ପ୍ରତିଷ୍ଠା ନିମନ୍ତେ ଶ୍ରୀ ବାଜପେୟୀଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।
କାର୍ଯ୍ୟକ୍ରମରେ ଏମ୍ସ ଭୁବନେଶ୍ବର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ପ୍ରଫେସର ଆଶୁତୋଷ ବିଶ୍ୱାସ ଶ୍ରୀ ବାଜପେୟୀଙ୍କ ମହାନ ଜୀବନୀ ବାବଦରେ ମତ ରଖିବା ସହିତ ସଚେତନତା, ପ୍ରତିବଦ୍ଧତା, କର୍ତ୍ତବ୍ୟବୋଧତା, ସ୍ବଚ୍ଛତା ଏବଂ ସାଧୁତା ହିଁ ସୁଶାସନ ଦିବସ ପାଳନର ମୌଳିକ ଆଧାର ବୋଲି ଗୁରୁତ୍ୱାରୋପ କରିଥିଲେ।
ଅତିରିକ୍ତ ପ୍ରଫେସର (ଆନାଟୋମି) ଡ. ପ୍ରଭାସ ରଂଜନ ତ୍ରିପାଠୀଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଡିନ ଡ. ପି ଆର୍ ମହାପାତ୍ର, ମେଡିକାଲ୍ ଅଧିକ୍ଷକ ଡ. ସଚ୍ଚିଦାନନ୍ଦ ମହାନ୍ତି, ଭାରପ୍ରାପ୍ତ ଡିଡିଏ ରଶ୍ମି ରଞ୍ଜନ ସେଠୀ, କୁଳସଚିବ ବି ବି ମିଶ୍ର ପ୍ରମୁଖଙ୍କ ସମେତ ଅତିଥି, ଅଧ୍ୟାପକ/ଅଧ୍ୟାପିକା, ଛାତ୍ର ଏବଂ କର୍ମଚାରୀ ଉପସ୍ଥିତ ଥିଲେ।
ସମାଜର ବିଭିନ୍ନ ବର୍ଗରୁ ଆସିଥିବା ବିଶିଷ୍ଟ ବ୍ୟକ୍ତିବିଶେଷ ଭାରତରତ୍ନ ଅଟଳ ବିହାରୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହିତ ଏମ୍‌ସ ଭୁବନେଶ୍ବର ଭଳି ଏକ ବିଶ୍ବସ୍ତରୀୟ ସ୍ବାସ୍ଥ୍ୟସେବା ଅନୁଷ୍ଠାନ ପ୍ରତିଷ୍ଠା ଫଳରେ ରାଜ୍ୟରେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବିର‌ାଟ ପରିବର୍ତ୍ତନ ଆସିଥିବା ମତପ୍ରକାଶ ପାଇଥିଲା। ଉଲ୍ଲେଖଯୋଗ୍ୟଯେ ଏମ୍‌ସ ଭୁବନେଶ୍ୱର ପରିସରରେ ସ୍ୱର୍ଗତ ବାଜପେୟୀଙ୍କ ଏକ ପୂର୍ଣ୍ଣାୟବ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ୧୫ ଜୁଲାଇ ୨୦୦୩ ରେ ଏମ୍‌ସ ଭୁବନେଶ୍ୱରର ଭିତ୍ତିପ୍ରସ୍ଥର ସ୍ଥାପନ କରିଥିଲେ। ଏହା ଦେଶର ଦ୍ୱିତୀୟ ଏବଂ ଏକମାତ୍ର ଏମ୍ସ ଯାହାର ଭିତ୍ତିପ୍ରସ୍ଥର ଶ୍ରୀ ବାଜପେୟୀଙ୍କ ଦ୍ୱାରା ସ୍ଥାପିତ ହୋଇଥିଲା। ଉଲ୍ଲେଖଯୋଗ୍ୟଯେ ଏମ୍‌ସ ଭୁବନେଶ୍ୱର ପୂର୍ବ ଭାରତର ଏକ ପ୍ରମୁଖ ସ୍ୱାସ୍ଥ୍ୟ ସେବା ପ୍ରତିଷ୍ଠାନରେ ପରିଣତ ହେବା ସହିତ ସାଧାରଣ ଲୋକଙ୍କ ଆସ୍ଥାଭାଜନ ହୋଇପାରିଛି।

Khansweb Solution Bhubaneswar

Leave A Reply

Your email address will not be published.