banner
Breaking

ଦେଶଭକ୍ତିର ପରମ ପୁଲକରେ ଏମ୍ସ ଭୁବନେଶ୍ୱରରେ ୭୭ତମ ସ୍ୱାଧୀନତା ଦିବସ ପାଳିତ

1

ଭୁବନେଶ୍ୱର : ଦେଶଭକ୍ତିର ପରମ ପୁଲକରେ ଏମ୍‌ସ ଭୁବନେଶ୍ୱରରେ ପାଳିତ ହୋଇଛି ୭୭ତମ ସ୍ୱାଧୀନତା ଦିବସ। ଏହି ଜାତୀୟ ପ୍ରତିଷ୍ଠାନର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ବାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ।
ଏହି ଅବସରରେ ଡ. ବିଶ୍ବାସ ସ୍ୱାସ୍ଥ୍ୟ, ଚିକିତ୍ସା ବିଜ୍ଞାନ ଏବଂ ଗବେଷଣା କ୍ଷେତ୍ରରେ ଏମ୍‌ସ ଭୁବନେଶ୍ୱରର ଉଲ୍ଲେଖନୀୟ ସଫଳତା ସମ୍ପର୍କରେ ଆଲୋକପାତ କରିଥିଲେ। ଗୁଣବତ୍ତାପୂର୍ଣ୍ଣ ସ୍ୱାସ୍ଥ୍ୟସେବା ଯୋଗାଇଦେବାରେ ଏହି ଅନୁଷ୍ଠାନ ଓଡ଼ିଶା ସମେତ ସମଗ୍ର ପୂର୍ବ ଭାରତରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିବା ସହିତ ଏକ ଉତ୍କର୍ଷ କେନ୍ଦ୍ର ପାଲଟିଥିବା ସେ ପ୍ରକାଶ କରିଥିଲେ।
ଦୁର୍ଭାଗ୍ୟପୂର୍ଣ୍ଣ ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଲୋକଙ୍କ ମରଶରୀରକୁ ସଂରକ୍ଷଣ କରିବା ଏବଂ ଏହାକୁ ପରିଚାଳନା କରିବା କ୍ଷେତ୍ରରେ ଏମ୍‌ସ ବେଶ୍‌ ଗୁରୁତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିଛି। ଏହାକୁ ରାଜ୍ୟ ଏବଂ ଜାତୀୟସ୍ତରରେ ମଧ୍ୟ ପ୍ରଶଂସା କରାଯାଇଛି। ଦେଶ ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ କରୁଥିବାବେଳେ ଏମ୍‌ସ ଭୁବନେଶ୍ୱର ମଧ୍ୟ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବା ନିମନ୍ତେ ପ୍ରତିଶ୍ରୁତିବଦ୍ଧ। ଏନେଇ ସମସ୍ତେ ଅଙ୍ଗୀକାରବଦ୍ଧ ହୋଇ କାର୍ଯ୍ୟ କରିବାକୁ ଆହ୍ବାନ ଦେଇଥିଲେ ଡ. ବିଶ୍ବାସ।

ଏହି ଅବସରରେ ବାହାନଗା ରେଳ ଦୁର୍ଘଟଣା ଶବ ପରିଚାଳନାରେ ନିୟୋଜିତ ଥିବା କର୍ମଚାରୀମାନଙ୍କୁ ସମ୍ବର୍ନ୍ଧିତ କରିଥିଲେ ଡ. ବିଶ୍ବାସ। ସେହିପରି କର୍ତ୍ତବ୍ୟନିଷ୍ଠା ଏବଂ କର୍ମକୁଶଳତା ନିମନ୍ତେ ବିଭିନ୍ନ ବିଭାଗରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିବା କର୍ମଚାରୀମାନଙ୍କୁ ମଧ୍ୟ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ସମ୍ମାନିତ କରିଥିଲେ।
ସ୍ୱାଧୀନତା ଦିବସ ପାଳନ ଅବସରରେ ଅନୁଷ୍ଠାନର ସୁରକ୍ଷା କର୍ମୀମାନେ ଏକ ରକ୍ତଦାନ ଶିବିର ଆୟୋଜନ କରିଥିଲେ। ଯାହାକୁ ଡ. ବିଶ୍ବାସ ଉଦ୍‌ଘାଟନ କରିବା ସହିତ ଏଭଳି ମହତ ଉଦ୍ୟମ ନିମନ୍ତେ ସୁରକ୍ଷା କର୍ମଚାରୀଙ୍କୁ ପ୍ରଶଂସା କରିଥିଲେ। ଏହି କାର୍ଯ୍ୟକ୍ରମରେ ଅନୁଷ୍ଠାନର ଅଧ୍ୟାପକ/ଅଧ୍ୟାପିକା ଏବଂ ଛାତ୍ରଛାତ୍ରୀଙ୍କ ଦ୍ୱାରା ଆକର୍ଷଣୀୟ ଦେଶାତ୍ମବୋଧକ ସଙ୍ଗୀତ ପରିବେଷଣ ପରିବେଶକୁ ଭାବମୟ କରିଥିଲା।
ଅନ୍ୟମାନଙ୍କ ମଧ୍ୟରେ, ମେଡିକାଲ୍ ଅଧୀକ୍ଷକ ଡ. ଦିଲ୍ଲୀପ କୁମାର ପରିଡ଼ା, ଡିନ୍‌ ଡ. ପି ଆର ମହାପାତ୍ର, ଡ. ସତ୍ୟଜିତ୍ ମିଶ୍ର, ଡ. ସୌଭାଗ୍ୟ ଜେନା ପ୍ରମୁଖ ଏହି ଉତ୍ସବରେ ଯୋଗ ଦେଇଥିଲେ।
ଭାରପ୍ରାପ୍ତ ଡିଡିଏ ରଶ୍ମି ରଂଜନ ସେଠୀ ସମସ୍ତଙ୍କୁ କୃତଜ୍ଞତା ଜଣାଇ ଏମ୍‌ସ ଭୁବନେଶ୍ୱରର ସାମଗ୍ରୀକ ବିକାଶ ପାଇଁ ସମସ୍ତେ ଉଦ୍ୟମ କରିବାକୁ ଆହ୍ବାନ ଦେଇଥିଲେ।

Khansweb Solution Bhubaneswar
1 Comment
  1. mitolyn official says

    **mitolyn official**

    Mitolyn is a carefully developed, plant-based formula created to help support metabolic efficiency and encourage healthy, lasting weight management.

Leave A Reply

Your email address will not be published.