banner
Breaking

ବିଜେଡ଼ିର ସଭ୍ୟ ସ°ଗ୍ରହ ଅଭିଯାନ ଆରମ୍ଭ କରି ପ୍ରଥମ ସଦସ୍ୟ ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

0

ଭୁବନେଶ୍ବର,୨/୯(ଓଡ଼ିଆ ନ୍ୟୁଜ) ପଞ୍ଚମଥର ପାଇଁ ନିର୍ବାଚନରେ ବିଜେଡିକୁ ଜୟଯୁକ୍ତ କରିଥିବା ଭୋଟରଙ୍କ ପାଖକୁ ଯିବ ବିଜେଡି । ସେମାନଙ୍କ ଶୁଭେଚ୍ଛା ନେଇ ଦଳକୁ ଆହୁରି ମଜବୁତ କରାଯିବ । ଆଜି ଗଣେଷ ଚତୁର୍ଥୀରେ ଦଳର ସଭ୍ୟ ସଂଗ୍ରହ ପ୍ରକ୍ରିୟାର ଶୁଭାରମ୍ଭ କରି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କରିଛନ୍ତ।
ସେ ପ୍ରଥମ ସଦସ୍ୟ ଭାବେ ଯୋଗଦାନ କରି ୧ନମ୍ବର ରେ ଅଛନ୍ତି।

ଆଜିଠାରୁ ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ନୂଆ ସଦସ୍ୟ ସଂଗ୍ରହ କରିବ ଦଳ । ଛାତ୍ର, ମହିଳା ଓ ଯୁବକଙ୍କୁ ଗୁରୁତ୍ବ ଦେବାକୁ ନିଷ୍ପତି ନିଆଯାଇଛି । ସଭ୍ୟ ସଂଗ୍ରହ ଅଭିଯାନରେ ୫-ଟିର ଉପଯୋଗ କରିବ ବିଜେଡି । ବର୍ତମାନ ବିଜେଡିର ୪୭ ଲକ୍ଷ ସଦସ୍ୟ ଥିବା ବେଳେ ପରିବର୍ଦ୍ଧିତ କାର୍ଯ୍ୟକାରିଣୀରେ ଏହାର ଦୁଇ ଗୁଣା ସଦସ୍ୟ ସଂଗ୍ରହ କରିବା ପାଇଁ ଟାର୍ଗେଟ ରଖାଯାଇଛି ।

ସଭ୍ୟ ସଂଗ୍ରହ ଅଭିଯାନରେ ଫାଇଭ-ଟିର ଉପଯୋଗ କରିବାକୁ ନିଷ୍ପତି ନେଇଛି ବିଜେଡି । ଏହି କ୍ରମରେ ଦଳରେ ସାମିଲ ହେଉଥିବା ପ୍ରତି ସଦସ୍ୟଙ୍କ ଆଧାର ଲିଙ୍କ କରାଯିବ । ସମସ୍ତ ସଦସ୍ୟଙ୍କ ନାଁ ବିଜେଡି ୱେବ ସାଇଟରେ ଉପଲବ୍ଧ ହେବ । ସେପଟେ ସଦସ୍ୟ ସଂଗ୍ରହ ପାଇଁ ନୂଆ ଫର୍ମୁଲା ତିଆରି କରିଛି ଦଳ । ପ୍ରତି ୱାର୍ଡରୁ ୪ ଜଣ ସକ୍ରିୟ ସଦସ୍ୟ, ପ୍ରତି ଏନଏସିରୁ ୫ ଜଣ ସକ୍ରିୟ ସଦସ୍ୟ ହେବେ, ମ୍ୟୁନିସିପାଲଟି ସ୍ତରରେ ୧୫ ଜଣ ଓ ମହାନଗର ନିଗମରେ ୪୦ ଜଣ ସକ୍ରିୟ ସଦସ୍ୟ ରହିବେ । ପ୍ରତି ସକ୍ରିୟ ସଦସ୍ୟ ନିଜକୁ ମିଶାଇ ୨୫ ଜଣ ସଭ୍ୟ ସଂଗ୍ରହ କରିବେ । ସଭ୍ୟ ସଂଗ୍ରହ ଅଭିଯାନରେ ସକ୍ରିୟ ଭାବେ ବିଜେଡି ନେତାମାନେ ସାମିଲ ହେବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି ଆହ୍ବାନ ଦେଇଛନ୍ତି ।

Khansweb Solution Bhubaneswar

Leave A Reply

Your email address will not be published.