banner
Breaking

ସମ୍ ହସ୍ପିଟାଲ ପରିଦର୍ଶନ କଲେ ୫ଟି ସଚିବ।

ଘରେ ରୁହନ୍ତୁ ସୁରକ୍ଷିତ ରୁହନ୍ତୁ-ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର : ମହାମାରୀ କରୋନାର ମୁକାବିଲା ପାଇଁ ସମ ହସ୍ପିଟାଲ ଠାରେ ୫୦୦ ଶଯ୍ୟା ବିଶିଷ୍ଟ କୋଭିଡ୍-୧୯ ହସ୍ପିଟାଲର ନିର୍ମାଣ କାର୍ଯ୍ୟ ଚାଲିଛି।
ଆଜି ୫-ଟି ସଚିବ ଭି.କେ ପାଣ୍ଡିଆନ, ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର ଓ କୃଷି ବିଭାଗର ପ୍ରମୁଖ ସଚିବ ସୌରଭ ଗର୍ଗ ଏହି ନୂତନ ହସ୍ପିଟାଲ ପରିଦର୍ଶନରେ ଯାଇ ନିର୍ମାଣ କାର୍ଯ୍ୟ ଅନୁଧ୍ୟାନ କରିଛନ୍ତି। ସୋଆର କ୍ୟାମ୍ପସ-୨ ର କନଭେନସନ ସେଣ୍ଟରରେ ଆସନ୍ତା ୧୫ ଦିନ ମଧ୍ୟରେ କାର୍ଯ୍ୟକ୍ଷମ ହୋଇଯିବ। ଏହି ଅବସରରେ ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର ମନୋଜ ରଞ୍ଜନ ନାୟକ ଅଧିକାରୀମାନଙ୍କୁ କୋଭିଡ୍-୧୯ ହସ୍ପିଟାଲ ସମ୍ପର୍କରେ ବିସ୍ତୃତ ତଥ୍ୟ ପ୍ରଦାନ କରିଥିଲେ।ରବିବାର ଏହି ପରିଦର୍ଶନ ସମୟରେ ସୋଆ କୁଳପତି ପ୍ରଫେସର ଡାକ୍ତର ଅଶୋକ କୁମାର ମହାପାତ୍ର, ଆଇଏମଏସ ଓ ସମ ହସ୍ପିଟାଲର ମେଡିକାଲ ସୁପରିଟେଣ୍ଡେଣ୍ଟ ପ୍ରଫେସର ପୁଷ୍ପରାଜ ସାମନ୍ତସିଂହାର, ଆଡିସିନାଲ୍ ମେଡିକାଲ ସୁପରିଟେଣ୍ଡେଣ୍ଟ ଡାକ୍ତର ରାଜେଶ ଲେଙ୍କା, ଆଇଟିଇଆର ନିର୍ଦେଶକ ପ୍ରଫେସର ମାନସ କୁମାର ମଲ୍ଲିକ ଓ ସୋଆର ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ପ୍ରମୁଖ ଉପସ୍ଥିତ ଥିଲେ। ଏହି ହସ୍ପିଟାଲରେ କୋଭିଡ୍‌-୧୯ ସଂକ୍ରମିତଙ୍କ ଚିକିତ୍ସା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ରହିବ।

Khansweb Solution Bhubaneswar

Leave A Reply

Your email address will not be published.