ଭୁବନେଶ୍ୱର,୧ା୮(ବ୍ୟୁରୋ)-ଭୁବନେଶ୍ୱରରେ ଖୋଲିବ ସପିଂ ମଲ। ଏ ନେଇ ଶନିବାର ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଅନୁମତି ଦେଇଛି। ତେବେ ମଲ ଖୋଲିବା ନେଇ ବିଏମସି ପକ୍ଷରୁ ଏସଓପି ଜାରି କରାଯାଇଛି। ମଲ ପରିସରରେ ଫୁଡ କୋର୍ଟ/ଇଟେରୀ ଆଇଟମ ଖୋଲିବନି। ସେହିପରି ଗେମ ଜୋନ/ପିଲାଙ୍କ ପାଇଁ ଖୋଲିବା ଏରିଆ ଖୋଲିପାରିବେନି। ମଲ ଭିତରେ ଥିବା ସିନେମା ହଲ / ଫନ ଜୋନ ଆଦି ବନ୍ଦ ରହିବ ବୋଲି ବିଏମସି ପକ୍ଷରୁ କୁହାଯାଇଛି। ସେହିପରି ଷ୍ଟାଫ ଓ ଗ୍ରାହକ ମଲ ଭିତରେ ୬ ଫୁଟର ସାମାଜିକ ଦୂରତା ବଜାୟ ରଖିବେ। ସମସ୍ତଙ୍କ ପାଇଁ ମଲ ଭିତରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ। ଷ୍ଟାଫ ଓ ଗ୍ରାହକଙ୍କୁ ଆରୋଗ୍ୟ ସେତୁ ଆପ ଇନଷ୍ଟଲ କରିବାକୁ ବିଏମସି ପକ୍ଷରୁ ପରାମର୍ଶ ଦିଆଯାଇଛି। ପ୍ରବେଶ ପଥରେ ଥର୍ମାଲ ସ୍କ୍ରିନିଂ; ଥଣ୍ଡା/ ଜ୍ୱର ହୋଇଥିଲେ ମଲ ଭିତରକୁ ପ୍ରବେଶ କରିପାରିବେ ନାହିଁ ବୋଲି ବିଏମସି ପକ୍ଷରୁ ଜାରି ହୋଇଥିବା ଗାଇଡଲାଇନରେ ଉଲ୍ଲେଖ ରହିଛି।
Breaking
ଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକଭୁବନେଶ୍ୱର ଉତ୍ତର ପୂଜା ଭସାଣୀ ସମିତି ପ୍ରସ୍ତୁତି ବୈଠକ୧୨ ନଂ ୱାର୍ଡରେ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା କର୍ପୋରେଟର ଜୟନ୍ତୀ ସାହୁଙ୍କ ନିଆରା ଢଙ୍ଗରେ ପୁଜାଭେଟି
