banner
Breaking

ପ୍ରକାଶ ତ୍ରିପାଠୀ ହେଲେ ଭୁବନେଶ୍ୱର ଉତ୍ତର ନିର୍ବାଚନମଣ୍ଡଳୀର ଓଡ଼ିଶା ମୋ ପରିବାର – ଜୀବନ ବିନ୍ଦୁ ସଂଯୋଜକ

0

ଭୁବନେଶ୍ୱର,୭/୮(ଓଡ଼ିଆ ନ୍ୟୁଜ):ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ “ଓଡ଼ିଶା ମୋ ପରିବାର- ଜୀବନ ବିନ୍ଦୁ” କାର୍ଯ୍ୟକ୍ରମର ଭୁବନେଶ୍ଵର ଉତ୍ତର ନିର୍ବାଚନ ମଣ୍ଡଳୀର ସଂଯୋଜକ ଭାବରେ ବାଣୀବିହାର ବିଶ୍ଵବିଦ୍ୟାଳୟର ପୂର୍ବତନ ସଭାପତି ତଥା ଯୁବ ବିଜେଡି ନେତା ଡଃ ପ୍ରକାଶ ତ୍ରିପାଠୀଙ୍କୁ ମନୋନୀତ କରାଯାଇଛି।ଯୁବନେତା ପ୍ରକାଶ ତ୍ରିପାଠୀ ଏଥିପାଇଁ ଓଡିଶା ମୋ ପରିବାରର ଆବାହକ ଶ୍ରୀଯୁକ୍ତ ଅରୁପ ପଟ୍ଟନାୟକ, ସହ ସଂଯୋଜକ ଶ୍ରୀଯୁକ୍ତ ଅତନୁ ସବ୍ୟସାଚୀ ନାୟକ, ଇନଚାର୍ଜ ଶ୍ରୀଯୁକ୍ତ ଦେବୀ ପ୍ରସାଦ ମିଶ୍ର , ଯୋଜନା ବୋର୍ଡ ଉପାଧ୍ୟକ୍ଷ ଶ୍ରୀଯୁକ୍ତ ସଞ୍ଜୟ ଦାସବର୍ମା, ବିଜୁ ଜନତାଦଳ ସଂଗଠନ ସାଧାରଣ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓ ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତଙ୍କୁ ଧନ୍ୟବାଦ ଜଣାଇବା ସହିତ ତାଙ୍କୁ ଗୁରଦାୟିତ୍ଵ ଦେଇଥିବାରୁ ସମସ୍ତଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି ।

Khansweb Solution Bhubaneswar

Leave A Reply

Your email address will not be published.