banner
Breaking

ଭୁବନେଶ୍ୱରରୁ ଆଜି ୩୦୯ ପଜିଟିଭ ଚିହ୍ନଟ ଓ ୩୧୭ ସୁସ୍ଥ।

0

ଭୁବନେଶ୍ୱର,୮।୧୦(ଓଡ଼ିଆ ନ୍ୟୁଜ): ଭୁବନେଶ୍ୱରରୁ ଆଜି ଆଉ ୩୦୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୮୩ ଜଣ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ଅଞ୍ଚଳରୁ ୨୨୬ ଜଣ ରହିଛନ୍ତି। ସେହିପରି ଆଜି ଭୁବନେଶ୍ୱରରୁ ୩୧୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୨୪୫୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୨୦,୮୮୮ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୧୦୯ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ୩୫୧୯ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.