banner
Breaking

ଭୁବନେଶ୍ୱରରେ କମିଲା ତଥାପି ସତର୍କ ରହିବାକୁ ପଡିବ।

0

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏହି କିଛିଦିନ ହେବ ଲଗାତର କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମବାରେ ଲାଗିଛି। ଏପରିକି ଶହେ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରହୁଛି। ଶନିବାର ରାଜଧାନୀରୁ ୮୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୯ ଜଣ ଚିହ୍ନଟ ହୋଇଥିବା ବେଳେ ୬୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିପରି ୨୨୬ ଜଣ ସୁସ୍ଥ ହୋଇଛନ୍ତି। ଏନେଇ ଟୁଇଟ୍‌ କରି ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିଲେ ମଧ୍ୟ ଆମକୁ ସତର୍କ ରହିବାକୁ ପଡ଼ିବ ବୋଲି କହିଛନ୍ତି ବିଏମ୍‌ସି କମିଶନର।

Khansweb Solution Bhubaneswar

Leave A Reply

Your email address will not be published.