banner
Breaking

ପରଲୋକରେ ଭାସ୍କର୍ଯ୍ୟ ଶିଳ୍ପୀ ରଘୁନାଥ ମହାପାତ୍ର।

0

ଭୁବନେଶ୍ୱର,୯।୫(ବ୍ୟୁରୋ): ମହାମାରୀ କରୋନା ଆଉ ଜଣେ ବିଶିଷ୍ଟ ବ୍ୟକ୍ତିଙ୍କ ଜୀବନ ନେଇଛି। ରବିବାର ରାଜ୍ୟ ସଭା ଏମ୍‌ପି ତଥା ବିଶିଷ୍ଟ ଭାସ୍କର୍ଯ୍ୟ ଶିଳ୍ପୀ ରଘୁନାଥ ମହାପାତ୍ରଙ୍କ ପରଲୋକ ହୋଇଛି। ସେ ଗତ କିଛିଦିନ ହେବ କରୋନାରେ ଆକ୍ରାନ୍ତ ହୋଇ ଏମ୍ସ ଭୁବନେଶ୍ୱରରେ ଚିକିତ୍ସିତ ହେଉଥିଲେ। ଆଜି ଅପରାହ୍ନ ୩ଟା ୪୯ରେ ୭୮ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଥିବା ଭୁବନେଶ୍ୱର ଏମ୍ସ ନିର୍ଦ୍ଦେଶିକା ବି. ଗୀତାଞ୍ଜଳି ସୂଚନା ଦେଇଛନ୍ତି। ସେ ଗତ ଏପ୍ରିଲ ୨୨ରେ କରୋନା ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ଜଣେ ଲବ୍ଧ ପ୍ରତିଷ୍ଠିତ ବିଶିଷ୍ଟ ଭାସ୍କର୍ଯ୍ୟ ଶିଳ୍ପୀ ଭାବେ ରଘୁନାଥ ମହାପାତ୍ର ଅନ୍ତର୍ଜାତୀୟ ସ୍ତରରେ ସୁନାମ ଅର୍ଜନ କରିଥିଲେ। ୧୯୪୩ ମସିହା ମାର୍ଚ୍ଚ ୨୪ରେ ଜନ୍ମ ଗ୍ରହଣ କରିଥିବା ରଘୁନାଥ ମହାପାତ୍ର ପ୍ରସ୍ତର କାରୁକାର୍ଯ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୧୯୭୫ ମସିହାରେ ପଦ୍ମଶ୍ରୀ, ୨୦୦୧ ମସିହାରେ ପଦ୍ମ ଭୂଷଣ ଏବଂ ୨୦୧୩ରେ ପଦ୍ମ ବିଭୂଷଣ ସମ୍ମାନରେ ସମ୍ମାନୀତ ହୋଇଥିଲେ।

Khansweb Solution Bhubaneswar

Leave A Reply

Your email address will not be published.