banner
Breaking

ଜେଲ ପରେ ବିଧାୟକ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି।

0

ଭୁବନେଶ୍ୱର,୮ା୧୦: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ଶୁକ୍ରବାର ଜେଲ ଯିବାକୁ ପଡିଛି। ଖୋର୍ଦ୍ଧା ଏଡିଜେ-୧ କୋର୍ଟରେ ଶୁକ୍ରବାର ତାଙ୍କର ଜାମିନ ଆବେଦନ ଖାରଜ ହୋଇଯାଇଛି। ଫଳରେ ପୋଲିସ ବିଧାୟକ ଜଗଦେବଙ୍କ ଖୋର୍ଦ୍ଧା ଡାକ୍ତରଖାନାରେ ସ୍ବାସ୍ଥ୍ୟ ପରୀକ୍ଷା କରାଇଥିଲା। ତାଙ୍କର କୋଭିଡ୍‌ ଆଣ୍ଟିଜେନ ଟେଷ୍ଟ କରାଯାଇଥିଲା। ରିପୋର୍ଟ ନେଗେଟିଭ ଆସିବା ପରେ ତାଙ୍କୁ ଜେଲକୁ ପଠାଇ ଦିଆଯାଇଛି।
ଗିରଫ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ଶୁକ୍ରବାର ରାତିରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କର ହୃଦରୋଗ ଥିବାରୁ ଖୋର୍ଦ୍ଧା ଏଡିଜେ-୧ କୋର୍ଟଙ୍କ ଅନୁମତି କ୍ରମେ ତାଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି।
ଭାଜପା ମଣ୍ଡଳ ସଭାପତିଙ୍କୁ ମାଡ଼ ମାରିବା ଘଟଣାରେ ଥାନାରେ ଅଭିଯୋଗ ହୋଇଥିଲା। ଅଭିଯୋଗ ପରେ ପ୍ରଶାନ୍ତଙ୍କ ବିରୋଧରେ ବିଜେଡି ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା। ତାଙ୍କୁ ଦଳରୁ ନିଲମ୍ବନ କରାଯାଇଥିଲା। ଏପରି କି ତାଙ୍କୁ ଜିଲା ଯୋଜନା କମିଶନ ଅଧ୍ୟକ୍ଷ ପଦରୁ ବିଦା କରାଯାଇଥିଲା।

Khansweb Solution Bhubaneswar

Leave A Reply

Your email address will not be published.