ପୋଲିସ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର : ଓଡ଼ିଶା ପୋଲିସ ହାଉସିଂ କର୍ପୋରେଶନର (ଓପିଏଚ୍‌ଡବ୍ଲ୍ୟୁସି) ମ୍ୟାନେଜର ପ୍ରତାପ ସାମଲଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ଟିମ୍‌ ଚଢ଼ାଉ କରିଛି। ଆୟ ବହର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସର ୧୦ ଜଣିଆ ଟିମ୍‌ ଏହି ଚଢ଼ାଉରେ ସାମିଲ ଅଛନ୍ତି। ଏକକାଳୀନ ଭିଜିଲାନ୍ସ ଟିମ୍‌ ଭୁବନେଶ୍ୱର, ବାଲେଶ୍ୱର, ଭଦ୍ରକ ସମେତ ଏକକାଳୀନ ୧୦ଟି ସ୍ଥାନରେ ରେଡ୍‌ ଜାରି ରଖିଛି । ଏହି ଚଢ଼ାଉରେ ଜଣେ ଅତିରିକ୍ତ ଏସ୍‌ପି, ୫ଜଣ ଡିଏସ୍‌ପି ଏବଂ ୭ଜଣ ଇନ୍ସପେକ୍ଟର ସାମିଲ ଅଛନ୍ତି । ତେବେ ବର୍ତ୍ତମାନ ସୁଦ୍ଧା କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି, ସେ ନେଇ କୌଣସି ତଥ୍ୟ ମିଳିନାହିଁ ।