banner
Breaking

ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ।

0

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବାତ୍ୟା ‘ଫନୀ’ ଯୋଗୁ ରାଜ୍ୟରେ ବହୁତ କ୍ଷତି ହୋଇଛି। ଏଣୁ ଚଳିତ ବର୍ଷ ନିଜର ଜନ୍ମଦିନ ପାଳନ ନ କରିବାକୁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାବାସୀ ହେଉଛନ୍ତି ମୋ ପରିବାର। ଓଡ଼ିଶାବାସୀଙ୍କ ସ୍ନେହ ଏବଂ ଭଲପାଇବା ଯୋଗୁ ମୁଁ ଋଣି। ବୁଧବାର ଜନ୍ମଦିନ ଉପଲକ୍ଷେ ସାରା ରାଜ୍ୟରେ ଜୀବନ ବିନ୍ଦୁ ରକ୍ତଦାନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଏହାକୁ ନେଇ ମୁଁ ବହୁତ ଖୁସି। ତେବେ ଜନ୍ମଦିନର ଶୁଭେଚ୍ଛା ଜଣାଇବାକୁ ନବୀନ ନିବାସ ଆସିବା ପରିବର୍ତ୍ତେ ନିକଟସ୍ଥ ଅନାଥାଶ୍ରମ ଏବଂ ଭିନ୍ନକ୍ଷମ ପିଲାମାନଙ୍କ ପାଇଁ ଥିବା ସ୍କୁଲକୁ ଯାଆନ୍ତୁ। ସେମାନଙ୍କ ପାଇଁ କିଛି ଭଲ କାମ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ଦଳର କର୍ମୀ ଏବଂ ଶୁଭେଚ୍ଛୁମାନଙ୍କୁ କହିଛନ୍ତି। କେବଳ ସେତିକି ନୁହେଁ ଜୀବନର ପ୍ରତ୍ୟେକ ସ୍ମରଣୀୟ ଦିନରେ ଏହି ପିଲାମାନଙ୍କ ପାଖକୁ ଯାଆନ୍ତୁ ଏବଂ ସେମାନଙ୍କ ପାଇଁ କିଛି କରନ୍ତୁ। ପିଲାମାନେ ଦେଶର ଭବିଷ୍ୟତ। ସେମାନଙ୍କ ଭଲ ପାଇଁ କାମ କଲେ ମୋତେ ଖୁସି ଲାଗିବ ବୋଲି ସେ ମଧ୍ୟ କହିଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.